ସୋ ରୁମରେ ଅଗ୍ନିକାଣ୍ଡ; ୨କୋଟିରୁ ଅଧିକ ଟଙ୍କାର କ୍ଷତି
ଖଣ୍ଡପଡା: ନୟାଗଡ ସହରର ଖଣ୍ଡପଡା ରୋଡରେ ଥିବା ଶ୍ରୀ ଶ୍ଯାମ୍ ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ । ୨କୋଟିରୁ ଅଧିକ ଟଙ୍କାର କ୍ଷତି । ନିଆଁ ଲିଭାଇବାରେ ୪ଟି ଦମକଳ ଏବଂ ୩୦ଅଧିକ ଅଗ୍ନିଶମ କର୍ମଚାରୀ ନିୟୋଜିତ ହୋଇ ନିଆଁକୁ ଆୟତ୍ତ କରିଥିବା ବେଳେ ୨କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡିଯାଇଥିବା ମାଲିକ ସୂଚନା ଦେଇଛନ୍ତି । ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ଅନୁମାନ ହେଉଛି ।
ସବୁଦିନପରି ଗତକାଲି ରାତି ୧୦ଟାରେ ଦୋକାନ ମାଲିକ ଏବଂ କର୍ମଚାରୀ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ରାତି ପ୍ରାୟ ୩ଟା ସମୟରେ ସ୍ଥାନୀୟ ଲୋକମାନେ ଦୋକାନରୁ ଧୁଆଁ ବାହାରୁଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ । ପରେ ଅଗ୍ନିଶମ ବାହିନୀ ଖବରପାଇ ଘଟଣାସ୍ଥଳକୁ ଆସିଥିଲେ ।

ତେବେ ଦୋକାନ ସଂପୂର୍ଣ୍ଣ ବନ୍ଦ ଥିବାରୁ ନିଆଁ ଆୟତ କରିବା କଷ୍ଟକର ହୋଇପଡିଥିଲା । ନୟାଗଡ, ନୂଆଗାଁ , ଖଣ୍ଡପଡାରୁ ୪ଦମକଳଗାଡି ଏବଂ ୩୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ନିଆଁଲିଭାରେ ନିୟୋଜିତ ହୋଇଥିଲେ । ସୋରୁମର ଆକାର ବଡ ହୋଇଥିବାରୁ ଏବଂ ଭିତରୁ ଧୁଆଁ ଯୋରରେ ବାହାରୁଥିବାରୁ ନିଆଁ ଆୟତ କରିବାକୁ ୪ଘଣ୍ଟାରୁ ଅଧିକ ସମୟ ଲାଗିଥିଲା । ଏପରିକି ନିଆଁ ଲିଭାଇବା ପାଇଁ ଜେସିବି ଲଗାଇ ଦୋକାନଘର ଭାଙ୍ଗିବାକୁ ପଡିଥିଲା ।












Click it and Unblock the Notifications