ଆକାଶରୁ ଅଗ୍ନିବର୍ଷା, ୫ଦିନ ଲାଗି ହିଟ ୱେଭ ଜାରି କରିଛି ପାଣିପାଗ ବିଭାଗ

ଘାତକ ହେଲାଣି ତାତି। ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ଆକାଶରୁ ଅଗ୍ନିବର୍ଷା । ଆଜିଠୁ ଆହୁରି ଜଳାଇବ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ଗରମ ଗୁଳୁଗୁଳିରେ ଜନ ଜୀବନ ଅସ୍ତବ୍ୟସ୍ତ । ୫ଦିନ ଲାଗି ହିଟ ୱେଭ ଜାରି କରିଛି ପାଣିପାଗ ବିଭାଗ । ଏବେ ଗ୍ରୀଷ୍ମ ପ୍ରବାହ ସହିତ ରାତିରେ ଗରମ ଓ ଗୁଳୁଗୁଳି ଲାଗି ରହିବ । ବଲାଙ୍ଗୀର, ସମ୍ବଲପୁର, ନୟାଗଡ଼ ଓ ଝରସୁଗୁଡା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ହିଟ ୱେଭ ଜିଲ୍ଲା ଗୁଡିକ ହେଉଛି ଅନୁଗୁଳ , ବଲାଙ୍ଗୀର, ବୌଦ୍ଧ, ସୋନପୁର, ଝାରସୁଗୁଡା, ନୟାଗଡ଼, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ।

ଆଗାମୀ ୫ ଦିନ ଯାଏଁ ପାଗରେ କିଛି ପରିବର୍ତ୍ତନ ହେବ ନାହିଁ । ଆସନ୍ତା ୨୬/୨୭ ତାରିଖ ବେଳକୁ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି । କାଳବୈଶାଖୀ ପ୍ରଭାବରେ ବର୍ଷା ସହିତ ପବନ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗତକାଲି ରାଜଧାନୀରେ ଦିନକରେ ୫.୪ ଡିଗ୍ରୀ ବଢିଥିଲା ତାତି। ୪୨.୨ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ କରାଯାଇଥିଲା ।

weather department
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+