ହେବ ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ନେଇ ଆଦି ବସିବ ତଦାରଖ କମିଟି ବୈଠକ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଦୁର୍ମୂଲ୍ୟ ସୁନା ଅଳଙ୍କାର ହେବ ଗଣତି । ଏ ନେଇ ଗଠନ ହୋଇଛି ହାଇଲେବଲ କମିଟି । ସୁପ୍ରିମକୋର୍ଟ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ ଏହାର ଅଧ୍ୟକ୍ଷ ଅଛନ୍ତି । ଏହି କ୍ରମରେ ଆଜି ପୁରୀରେ ଏକ ଉଚ୍ଚସ୍ତରୀୟ ତଦାରଖ କମିଟିର ବୈଠକ ଅନୁଷ୍ଠିତ ହେବ ।

ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଓ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତ କରିବେ । ସେଥିପାଇଁ ଆଜି ତଦାରଖ କମିଟିର ଅଧ୍ୟକ୍ଷ ଅରିଜିତ୍ ପଶାୟତ ଦିନ 11 ଟାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହାପରେ ଦିନ 2 ଟାରୁ ରତ୍ନଭଣ୍ଡାରରୁ ଦୁର୍ଲଭ ଅଳଙ୍କାର ଗଣତି ପାଇଁ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହେବ ।
ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ତଦାରଖ କମିଟିରେ ଅଧ୍ୟକ୍ଷଙ୍କ ସହିତ 12 ଜଣ ସଦସ୍ୟ ରହିଥିବା ବେଳେ ପରିଚାଳନା କମିଟିର ତିନିଜଣ ସଦସ୍ୟ, ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା, ଆହ୍ଲାବାଦ ବ୍ୟାଙ୍କର ପୂର୍ବତନ ସିଏମଡି ଡକ୍ଟର ବିଧୁଭୂଷଣ ସାମଲ, ଚାଟାର୍ଡ ଆକାଉଟାଣ୍ଟ ଏ.କେ. ସାବତ, ଗଜପତି ମହାରାଜାଙ୍କ ପ୍ରତିନିଧି, ASI ଅଧିକାରୀ, ଭଣ୍ଡାର ମେକାପ ଶ୍ରୀଯୁକ୍ତ ଗଣେଶ ମେକାପ, ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କମିଟିରେ ସ୍ଥାନ ପାଇଛନ୍ତି ।












Click it and Unblock the Notifications