ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ, ମୃତକ ବଲାଙ୍ଗୀର ଜିଲ୍ଲାର
ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ । କୋଭିଡରେ ଆକ୍ରାନ୍ତ ବଲାଙ୍ଗିରର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଙ୍ଗା
ବଲାଙ୍ଗିର: ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ । କୋଭିଡରେ ଆକ୍ରାନ୍ତ ବଲାଙ୍ଗିରର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଙ୍ଗା ଡୁଙ୍ଗୁରିପାଲି ଗାଁର ୫୫ ବର୍ଷୀୟ ଇନ୍ଦିରା ନାଏକ ବୋଲି ଜଣାପଡିଛି । ସମ୍ବଲପୁର ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ତେବେ ସ୍ବାସ୍ଥ୍ଯବସ୍ଥା ଖରାପ ହେବାରୁ ପ୍ରଥମ ତାଙ୍କୁ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ସେଠାରୁ ତାଙ୍କୁ ସମ୍ବଲପୁର ସ୍ଥିତ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଗତ ୨୩ ତାରିଖରେ ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କଠାରେ କୋଭିଡ୍ ଲକ୍ଷଣ ଦେଖାଯିବା ପରେ ପରୀକ୍ଷା କରାଯାଇଥିଲା । ଏହାପରେ ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଜେନେମ ସିକ୍ବେନ୍ସିଂ ପାଇଁ ତାଙ୍କ ନମୁନା ପଠାଯାଇଥିଲା । ବୁଧବାର ଦିନ ସେ ଓମିକ୍ରନ୍ ସଂକ୍ରମିତ ହୋଇଥିବା ରିପୋର୍ଟ ହସ୍ତଗତ ହୋଇଥିଲା । ରିପୋର୍ଟ ହସ୍ତଗତ ହେବା ପୂର୍ବରୁ ଗତ ୨୭ ତାରିଖରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।
ମୃତ୍ୟୁ ପରେ ଜଣାପଡ଼ିଲା ଓମିକ୍ରନ୍ ଆକ୍ରାନ୍ତ
୨୭ ତାରିଖରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ତାରିଖରେ ସେ ଓମିକ୍ରନ୍ ସଂକ୍ରମିତ ହୋଇଥିବା ରିପୋର୍ଟ ଆସିଛି । ଫଳରେ ରାଜ୍ୟରେ ଓ ବଲାଙ୍ଗି ଜିଲ୍ଲାରେ ପ୍ରଥମ ଓମିକ୍ରନ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସ୍ନେହାଙ୍ଗିନୀ ସାହୁ ସୂଚନା ଦେଇଛନ୍ତି । ବୁର୍ଲାରେ ମୃତ୍ୟୁ ପରେ ତାଙ୍କ ଶବକୁ ନିଜ ଗାଁ ଡୁଙ୍ଗୁରିପାଲିକୁ ଆଣି ସତ୍କାର କରିଥିଲେ ପରିବାର ଲୋକ । ଶବ ସତ୍କାରରେ ଶହ ଶହ ଲୋକ ସହ ପରିବାର ଲୋକେ ମଧ୍ୟ ସାମିଲ ହୋଇଥିଲେ । ଫଳରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି ।
ରିପୋର୍ଟ ଅନୁସାରେ, ରାଜ୍ୟରେ ଏଯାବତ୍ ୬୦ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୬୦ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇ ସାରିଛନ୍ତି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications