ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା, ଜନଗଣନା ନିର୍ଦ୍ଦେଶକ

ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣଙ୍କ ସୂଚନା । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ପରେ ସୂଚନା । ୨୦୨୭ ଫେବୃଆରୀରେ ହେବ ଦ୍ଵିତୀୟ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାବପତ୍ର ଗଣନା ହେବ' । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ହେବ ଜନଗଣନା' । ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ' ।
ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ପଞ୍ଜିକୃତ କରିପାରିବେ' ।

says Census Director

ତେବେ ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା। ଭୁବନେଶ୍ୱର କଟକରେ ପ୍ରି-ଟେଷ୍ଟ ସରିଛି। ନୂଆ ଘୋଷଣା ହୋଇଥିବା ଏନଏସି ଏବଂ ପୌରପାଳିକା ବାଉଣ୍ଡ୍ରି ଫାଇନାଲ୍ ହୋଇଛି। ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଟ୍ରେନିଂ ଦିଆଯିବ । ତେବେ ମିଳିଥିବା ସୂଚନା ଅନୁସାରେ, 200 ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ। ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ। ଜଣେ ଜନଗଣନା ଅଧିକାରୀଙ୍କୁ ୨୫ ହଜାର ଆର୍ଥିକ ପ୍ରୋତ୍ସାହନ ଦିଆଯିବ। ଏପ୍ରିଲରୁ ମେ ଭିତରେ ପ୍ରଥମ ଫେଜରେ ଘର ମାର୍କ ହେବ। ୨୦୨୭ ମସିହା ଫେବ୍ରୁଆରିରୁ ଦ୍ଵିତୀୟ ପର୍ଯ୍ୟାୟରେ ଜନଗଣନା ହେବ।

ଜଣେ ଲୋକ ନିଜେ ଚାହିଁଲେ ନିଜର ତଥ୍ୟ ଦେଇପାରିବେ, ୱେବସାଇଟ ଜରିଆରେ ପଞ୍ଜିକୃତ ମଧ୍ୟ କରିପାରିବେ। ମୋବାଇଲ ନମ୍ବରରେ ଓଟିପି ବେସଡ୍ ହେବ। ଗୋଟିଏ ନମ୍ବର ଦୁଇ ଥର ବ୍ୟବହାର କରି ପାରିବେନି କି ଆପରୁ ସ୍କ୍ରିନ ସଟ ମଧ୍ୟ ନେଇପାରିବେ ନାହିଁ ୟୁଜର୍ସ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+