ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ: ଫେବୃଆରୀ ୩ ତାରିଖରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇବାକୁ ଅପିଲ
ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ଯାଏଁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ତେବେ ଏହି ସ୍ୱର୍ଣ୍ଣିମ ଅବସରରେ ଫେବୃଆରୀ ୩ ତାରିଖ ଦିନ 'ବନ୍ଦେ ଉତ୍କଳ ଜନନୀ' ଗାଇବାକୁ ସମସ୍ତଙ୍କୁ ଅପିଲ କରାଯାଇଛି । ଫେବୃଆରୀ ୩ ତାରିଖ ସକାଳ ୧୧ ଟା ୩୦ରେ ଗାଇବାକୁ ଅପିଲରେ କୁହାଯାଇଛି।
ସୂଚନା ଯୋଗ୍ୟ, ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନରେ ଏହି ସମ୍ମିଳନୀ ଆୟୋଜନ କରାଯାଉଛି । ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଅଧିକ ଲୋକପ୍ରିୟ କରିବାକୁ ଆଲୋଚନା ହେବ ।
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସହିତ ଯୋଡି ହେବାକୁ ଓଡିଶା ସମେତ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆ ମଧ୍ୟ ଉତ୍ସାହିତ ଥିବା ଲକ୍ଷ୍ୟ କରାଯାଉଛି । ଏଭଳି ଏକ ସମ୍ମିଳନୀ ରାଜ୍ୟରେ ପ୍ରଥମ ଥର ପାଇଁ ଆୟୋଜନ ହେଉଥିବାରୁ ପ୍ରବାସୀ ଓଡ଼ିଆଙ୍କ ମାନଙ୍କ ମଧ୍ୟରେ ଉତ୍କଣ୍ଠା ବୃଦ୍ଧି ପାଉଛି । ଏପରିକି ଅନଲାଇନ ମାଧ୍ୟମରେ ବହୁ ପ୍ରବାସୀ ଭାଗ ନେବେ । ପ୍ରାୟ ୧୩ ଲକ୍ଷ ପ୍ରବାସୀ ଓଡ଼ିଆ ମାନଙ୍କୁ ଅନଲାଇନ ମାଧ୍ୟମରେ ଯୋଡିବା ପାଇଁ ବ୍ୟବସ୍ଥା କରାଯାଉଛି ।

ଏହି କାର୍ଯ୍ୟକ୍ରମ ଆମ ଭାଷାକୁ ଅଧିକରୁ ଅଧିକ ଉପଯୋଗ ପାଇଁ ମାନସମନ୍ଥନ ହେବ । ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ସମ୍ପର୍କରେ ତର୍ଜମା ହେବ । ଓଡ଼ିଆ ଭାଷାବିତ ମାନେ ଯୋଗଦେଇ ଆଲୋଚନା କରିବେ ।












Click it and Unblock the Notifications