ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଯାପିତ; ଓଡିଆ ଶବ୍ଦ ଭଣ୍ଡାରକୁ ସମୃଦ୍ଧ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ବର: ଉଦ୍‌ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ ।

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ ହୋଇ ରହିବ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫ ବର୍ଷ ପରେ ଆମେ ସମସ୍ତେ ପୁଣି ଥରେ ଏକାଠି ହେବା । ଓଡିଆ ଭାଷାକୁ ଆହୁରି ଆଗକୁ ନେବା ପାଇଁ ମତ ବିନିମୟ କରିବା।

ସମ୍ମିଳନୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ, ଯୁବ ସମାଜ, ଲେଖକ, ଗବେଷକ, ସାହିତ୍ୟିକ, କବି ପ୍ରତ୍ୟେକ ଓଡିଆଙ୍କୁ ସେ ହୃଦୟରୁ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ଏହି ତିନି ଦିନ ମଧ୍ୟରେ ଆମ ଭାଷାର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି। ଖୁବ ଭଲ ଭଲ ପ୍ରସ୍ତାବ ମଧ୍ୟ ଆସିଛି।

naveen_patnaik

ତେବେ ଯେହେତୁ ବର୍ତ୍ତମାନ ବିଧାନ ସଭା ଚାଲିଛି, ତେଣୁ, ଭାଷା ସଂପର୍କରେ ନିଆଯାଇଥିବା ସମସ୍ତ ନିଷ୍ପତ୍ତିକୁ ସେ ବିଧାନ ସଭାରେ ଘୋଷଣା କରିବେ ବୋଲି କହିଥିଲେ।

ଯୁଗ ଯୁଗ ଧରି ଓଡିଆ ଭାଷା, ଆମ ଓଡିଆ ଜାତିର ପରିଚୟକୁ ଆଗକୁ ନେଇଛି ବୋଲି ମତଦେଇ ସେ ସମସ୍ତଙ୍କୁ ଆଜିର ମହାର୍ଘ ଅବସରରେ ସମସ୍ତେ ସଂକଳ୍ପ ନେବାକୁ ଆହ୍ବାନ ଦେଇ କହିଥିଲେ ଯେ ଆସନ୍ତୁ, ଓଡିଆରେ ନୂଆ ନୂଆ ଶବ୍ଦ ସୃଷ୍ଟି କରି ଆମ ଶବ୍ଦ ଭଣ୍ଡାରକୁ ସମୃଦ୍ଧ କରିବା ।

ଭାଷା ଉପରେ ବୈଷୟିକ ଜ୍ଞାନର ପ୍ରଭାବ ସଂପର୍କରେ ଆଲୋକପାତ କରି ସେ କହିଥିଲେ ଯେ ବୈଜ୍ଞାନିକ ଉନ୍ମେଷ, ବୈଷୟିକ ଜ୍ଞାନର ଅଗ୍ରଗତି ଓ କମ୍ପୁଟର ଭାଷା ହେଉଛି ବର୍ତ୍ତମାନ ଯୁଗରେ ଭାଷା ପାଇଁ ଏକ ବଡ ଆହ୍ବାନ । ତେଣୁ, ଓଡିଆ ଭାଷାକୁ ଏହା ସହିତ ସମନ୍ବିତ କରିବାକୁ ହେବ ବୋଲି ସେ ମତ ଦେଇଥିଲେ ।

ଯୁବ ସମାଜକୁ ଆହ୍ବାନ ଦେଇ ସେ କହିଥିଲେ ଯେ 'ମୁଁ ଆଶା କରୁଛି ଓଡିଆ ଭାଷା ଆମ ଯୁବପିଢିର ଭାଷା ହେବ । ଆମେ ଆମ ଭାଷାର ଗୌରବକୁ ଅନୁଭବ କଲେ, ଏହା ନିଶ୍ଚୟ ଆଗକୁ ଯିବ।'

ସମ୍ମିଳନୀ ଅବସରରେ ଆୟୋଜିତ ମ୍ୟୁଜିଅମ ସମସ୍ତଙ୍କ ମନକୁ ଛୁଇଁଛି। ତେଣୁ ସମସ୍ତଙ୍କ ଅନୁରୋଧରେ ଏହାର ସମୟ ସୀମାକୁ ଆଉ ୩ ଦିନ ବୃଦ୍ଧି କରାଗଲା ବୋଲି ସେ ଘୋଷଣା କରିଥିଲେ।

ପୁରସ୍କାର ପାଇଥିବା ସବୁ ପ୍ରତିଭା ମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ଟି ପୁସ୍ତକର ଉନ୍ମୋଚନ କରିଥିଲେ। ପ୍ରଥମଟି ହେଉଛି ହିନ୍ଦୁ ଗ୍ରୁପ ଦ୍ବାରା ପ୍ରକାଶିତ - Shree Jagannatha: Lord of The Universe.

ଦ୍ବିତୀୟ ପୁସ୍ତକଟି ହେଉଛି - Odia: Journey of A Language. ଏହି ପୁସ୍ତକଟି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା (ସ୍ପେଶିଆଲ ଇନିସିଏଟିଭ୍‌ସ) ଶ୍ରୀ ଆର୍‌ ବାଲକ୍ରିଷ୍ଣନଙ୍କ ପରିକଳ୍ପନା ଏବଂ ଶ୍ରୀ ଶୁଭ୍ରାଂଶୁ ପଣ୍ଡା ଓ ପ୍ରତୀକ ପଟ୍ଟନାୟକଙ୍କ ଦ୍ବାରା ରଚିତ ହୋଇଛି ।

ତୃତୀୟରେ Magical Tales From Odisha ପୁସ୍ତକର ଦୁଇଟି ଅନୁବାଦ ପୁସ୍ତକ । ଏହି ପୁସ୍ତକଟି ଜର୍ମାନୀ ଓ ଜାପାନୀ ଭାଷାରେ ଅନୁବାଦିତ ହୋଇଛି।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ରେଭେନ୍‌ସା କଲେଜିଏଟ ସ୍କୁଲର ଅଷ୍ଟମ ଶ୍ରେଣୀର ଛାତ୍ର ଶ୍ରୀ ସିଦ୍ଧାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+