Get Updates
Get notified of breaking news, exclusive insights, and must-see stories!

ଆଜିଠୁ ଆରମ୍ଭ ହେଉଛି ପ୍ରଥମ ଓଡ଼ିଆ ବିଶ୍ଵ ଭାଷା ସମ୍ମିଳନୀ; ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ, ‘ବନ୍ଦେ ଉତ୍କଳ ଜନନୀ’ ଗାଇବାକୁ ଅପିଲ

ଆଜିଠୁ ଆରମ୍ଭ ହେଉଛି ଓଡ଼ିଆ ବିଶ୍ଵ ଭାଷା ସମ୍ମିଳନୀ । ତିନି ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ମୋଟ ୧୭ଟି ଅଧିବେଶନ ରହିଛି । ଉଦଘାଟନୀ ଦିବସରେ ଜଗନ୍ନାଥ ସଂସ୍କୃତି ଉପରେ ସ୍ବତନ୍ତ୍ର ଅଧିବେଶନ କରାଯାଉଛି । ଏଥିରେ ଦେଶ ବିଦେଶରୁ ୧୦୦ରୁ ଅଧିକ ଭାଷାବିତ ଯୋଗଦେଇ ସେମାନଙ୍କର ମତ ରଖିବେ । ସମସ୍ତଙ୍କ ମତକୁ ଆଧାର କରି ଆଗାମୀ ଦିନ ପାଇଁ ଓଡ଼ିଆ ଭାଷାକୁ ନେଇ ରୋଡ ମ୍ୟାପ ପ୍ରସ୍ତୁତ କରିବେ ରାଜ୍ୟ ସରକାର ।

ଓଡ଼ିଆ ଭାଷା ଉପରେ ଏକ ମ୍ୟୁଜିୟମ ପ୍ରସ୍ତୁତ କରାଯାଇଛି । ସାରା ରାଜ୍ୟରେ ଲୋକ ଏହାର ସିଧା ପ୍ରସାରଣ ଦେଖିପାରିବେ । ପଞ୍ଚାୟତ ଓ ପୌରାଞ୍ଚଳରେ ଏନେଇ ବ୍ୟବସ୍ଥା ମଧ୍ୟ ହୋଇଛି । ସ୍ଵଂୟ ସହାୟକ ମହିଳା ଏଥିରେ ସାମିଲ ହେବେ । ଆଜି ଦିନ ୧୧ଟା ୩୦ ସମୟରେ ସମସ୍ତେ ବନ୍ଦେ ଉତ୍କଳ

world Odia language conference
ଜନନୀ ଗାନ କରିବାକୁ କୁହାଯାଇଛି ।

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବ୍ରୁଆରି ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଭୁବନେଶ୍ଵରସ୍ଥିତ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବାକୁ ଯାଉଛି। ଏହି ବିଶ୍ଵସ୍ତରୀୟ ସମ୍ମିଳନୀକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଐତିହାସିକ ଦିନକୁ ସ୍ମରଣୀୟ କରିବା ପାଇଁ ଉଦଘାଟନୀ ଦିନ ୧୧ଟା ୩୦ ମିନିଟରେ ରାଜ୍ୟ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନେ ଏକକାଳୀନ 'ବନ୍ଦେ ଉତ୍କଳ ଜନନୀ' ସଂଗୀତ ଗାନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅପିଲ କରାଯାଇଛି।

ଏହି ସମ୍ମିଳନୀରେ ପ୍ରଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନ ପ୍ରଦାନ କରାଯିବ। ଏହି ଅବସରରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବିଦ୍ୱାନ ପଦ୍ମଶ୍ରୀ ପ୍ରଫେସର ହରମାନ କୁଲ୍‌କେ, ପ୍ରଫେସର ଉୱେ ସ୍କୋଡା, ପ୍ରଫେସର ଆର୍ଲୋ ଗ୍ରିଫିଥ୍‌ସ୍, ପ୍ରଫେସର ଆଣ୍ଟେ ସ୍କିମଡିଚେନ ଏବଂ ଜାତୀୟସ୍ତରର ଅନେକ ବିଦ୍ୱାନ ଯୋଗ ଦେବେ।

ଓଡ଼ିଆ ଭାଷା ଗବେଷଣା ଉପରେ ଜୀବନବ୍ୟାପୀ ସାଧନା ନିମନ୍ତେ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଦାନ କରାଯିବ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନ। ସେହିପରି ଜ୍ଞାନପୀଠ ପୁରସ୍କାର ବିଜେତା, ପଦ୍ମ ପୁରସ୍କାର ବିଜେତା, ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ବ୍ୟକ୍ତି, କବୀର ସମ୍ମାନ ପୁରସ୍କାର ପ୍ରାପ୍ତ, ରାଜ୍ୟ ଏକାଡେମୀର ସର୍ବୋଚ୍ଚ ପୁରସ୍କାର ବିଜେତାମାନଙ୍କୁ ଏହି ଅବସରରେ ସମ୍ମାନିତ କରାଯିବ।

ଏହି ବିଶ୍ଵସ୍ତରୀୟ ସମ୍ମିଳନୀରେ ଓଡ଼ିଶାର ଗୌରବମୟ ଅତୀତ ଓ ପରିବର୍ତ୍ତନଶୀଳ ବର୍ତ୍ତମାନ ଏବଂ ପ୍ରେରଣାଦାୟୀ ଭବିଷ୍ୟତର ଏକ ସୁସଜ୍ଜିତ ପ୍ରଦର୍ଶନୀ କରାଯିବ। ଏହି ପ୍ରଦର୍ଶନୀ ତିନୋଟି ବିସ୍ତୃତ ବିଷୟ ଏବଂ ସମୟ ସୀମା ଉପରେ ଆୟୋଜିତ ହେବ। ଏଗୁଡ଼ିକ ହେଲା ପ୍ରାଚୀନ, ମଧ୍ୟ ଏବଂ ଆଧୁନିକ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+