ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ, ୨୫ରୁ ୨୮ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା
ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପ୍ରାୟ ସବୁ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହିତ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯିବା ସହ ଅରେଞ୍ଜ ଓ ୟେଲୋ ଓ୍ବାର୍ନିଂ ଥିବା ଜିଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।













Click it and Unblock the Notifications