ଆସିଲା ୫ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
ଆସିଲା ୫ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ । ବନ୍ୟା କ୍ଷୟକ୍ଷତି ରିପୋର୍ଟ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ । କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକର ବନ୍ୟା କ୍ଷୟକ୍ଷତି ରିପୋର୍ଟ। ମୋଟ୍ ୬ କୋଟି ୬୬ ଲକ୍ଷ ୧୭ହଜାର ୫୫ ଟଙ୍କା ଖର୍ଚ୍ଚ ହୋଇଛି । ଜିଲ୍ଲାପାଳମାନେ କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରିଛନ୍ତି। ଫସଲ ନଷ୍ଟ ପାଇଁ କ୍ଷତିପୂରଣ ବି ଜିଲ୍ଲାପାଳମାନଙ୍କୁ ପଠାଯାଇଛି।

ରିଲିଫ୍ ଖର୍ଚ୍ଚ ହୋଇଛି, ପାଣି ବିଶୋଧନ ଅର୍ଥ ବି ପଠାଯାଇଛି । ଘର ନଷ୍ଟ, ଲୁଗା, ବାସନ, ମତ୍ସ୍ୟଜୀବୀ, ଉଦ୍ଧାର କାର୍ଯ୍ୟ ଖର୍ଚ୍ଚ ବି ଦିଆଯାଇଛି ।












Click it and Unblock the Notifications