Flood In Odisha: ବିପଦ ସଂକେତ ଉପରେ ଜଳକା, ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟର ଟପିଲା, ବନ୍ୟା ଆଶଙ୍କା

Flood In Odisha: ବିପଦ ସଂକେତ ଉପରେ ଜଳକା । ରାଜ୍ୟରେ ଗତ କିଛି ଦିନ ହେବ ଲାଗି ରହିଥିବା ଲଗାଣ ବର୍ଷା ହେତୁ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ । ଆମେ ଯଦି ଦେଖିବା ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି ।

ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବଢୁଛି ନଦୀର ଜଳସ୍ତର । ବର୍ତ୍ତମାନ ବନ୍ୟା ପରିସ୍ଥିତି ଉପୁଜିଲେ ଏବେ ରୁଆ ଯାଇଥିବା ଧାନ ତଳି ସବୁ ପଚି ଯିବା ସମେତ ବସ୍ତା ଏବଂ ସଦର‌ ବ୍ଲକର ପାଖାପାଖି ପଞ୍ଚାୟତର ଚାଷ‌ କ୍ଷତି ହେବାର ଆଶଙ୍କା କରାଯାଉଛି ।

ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ସହ ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ ।

Flood in odisha

୩୧ ତାରିଖ ବେଳକୁ ଘୁର୍ଣ୍ଣିବଳୟ ପ୍ରଭାବରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟ, ମାଲକାନଗିରି, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଚଳିତ ମୌସୁମୀରେ ରାଜ୍ୟରେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ୪୭୮.୮ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ୫୨୬.୪ ମିମି ସ୍ୱାଭାବିକ ଵର୍ଷା ହେବାକଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+