ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା, ସତର୍କ ରହିବାକୁ ନିର୍ଦ୍ଦେଶ

ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା । ଯାଜପୁର ଜିଲ୍ଲା ଜେନାପୁରଠାରେ ବିପଦସଙ୍କେତ ୬୭ ଫୁଟ୍ ରହିଛି । ଆଜି ସକାଳ ୮ଟା ସୁଦ୍ଧା ୬୫.୧୦ ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି । ତେଣୁ ତଳିଆ ଅଞ୍ଚଳରେ ପାଣି ପଶିବା ସମ୍ଭାବନା ରହିଛି । ବନ୍ୟା ହେଲେ ଧର୍ମଶାଳା, ରସୁଲପୁର ଓ ବରୀ ବ୍ଲକ ପ୍ରଭାବିତ ହେବ। ତେଣୁ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ରସୁଲପୁର ବ୍ଲକ ପ୍ରଶାସନ ପକ୍ଷରୁ ନଦୀକୂଳିଆ ଲୋକଙ୍କୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଉଛି ।

Brahmani River

ଅନ୍ୟପଟେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି । ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରୁ ଅବପାତ ଦୂର୍ବଳ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+