FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା, ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା ଜାରି
ବାଲେଶ୍ଵର ଏଫ୍ ଏମ କଲେଜ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ କ୍ରାଇମବ୍ରାଞ୍ଚର ତନାଘନା ତଦନ୍ତ ଜାରି । ଆଜି ଏଫଏମ କଲେଜରେ କ୍ରାଇମବ୍ରାଞ୍ଚର ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ପଚରା ଉଚରା କରୁଛି । ସେପଟେ ଗତକାଲିଠାରୁ କଲେଜ ଛାତ୍ରଛାତ୍ରୀ ଓ କଲେଜ ବାହାର ଲୋକଙ୍କ ବୟାନ ରେକର୍ଡ କରୁଛି କ୍ରାଇମବ୍ରାଞ୍ଚ ।

ସୂଚନା ଅନୁସାରେ ଗତ ୧୨ ତାରିଖ ମଧ୍ୟାହ୍ନରେ ଏଫଏମ କଲେଜ ପରିସରରେ ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିଲେ । ଛାତ୍ରୀଙ୍କ ଶରୀରର ପ୍ରାୟ ୯୫ ପ୍ରତିଶତ ପୋଡ଼ି ଯାଇଥିଲା । ତାଙ୍କୁ ସଂକଟାପନ୍ନ ଅବସ୍ଥାରେ ଭୁବନେଶ୍ବର ଏମସକୁ ସ୍ଥାନାନ୍ତର କରାଯାଇଥିଲା ।
ଲାଇଫ ସପୋର୍ଟ ସିଷ୍ଟମରେ ରଖି ଚିକିତ୍ସା ଚାଲିଥିଲା । ୧୦ ଜଣିଆ ବିଶେଷଜ୍ଞ ଦଳ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିଲେ । ଛାତ୍ରୀଙ୍କରଶ୍ବାସନଳୀ, ବୃକକ, ହୃତପିଣ୍ଡ ସମେତ ଗୁରୁତ୍ବପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ଅକାମୀ ହୋଇପଡ଼ିଥିଲା । ତେବେ ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ବେ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ପରିଲକ୍ଷିତ ହୋଇନଥିଲା । ଶେଷରେ ସେ ଜୀବନ ହାରିଥିଲେ ।












Click it and Unblock the Notifications