FM ଛାତ୍ରୀ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚକୁ ବଡ଼ ସୁରାକ୍‌ ! ତଦନ୍ତ କରି ଏହି ରିପୋର୍ଟ ଦେଇଥିଲା ଆଇସିସି

ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ଜାରି ରହିଛି। ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ରବିବାର ମହାବିଦ୍ୟାଳୟରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ ସହ ଆଲୋଚନା କରିଥିଲେ।

ଏହା ସହିତ ତଦନ୍ତକୁ ୬ ଦିନ ପୂରିଥିବାବେଳେ କ୍ରାଇମବ୍ରାଞ୍ଚ ହାତରେ ବଡ଼ ତଥ୍ୟ ଲାଗିଛି। କଲେଜର ଛାତ୍ରୀଛାତ୍ରଙ୍କୁ ଓ୍ବାନ ଟୁ ଓ୍ବାନ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ତା ସହିତ ସେମାନଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି। କ୍ରାଇମବ୍ରାଞ୍ଚ ହାତରେ କେଉଁଠି ନା କେଉଁଠି ବଡ଼ ତଥ୍ୟ ଲାଗିଛି। ତା' ସହିତ ତଦନ୍ତ ମଧ୍ୟ ଚାଲିଛି। ସେପଟେ କ୍ରାଇମବ୍ରାଞ୍ଚ କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ, କିଛି କର୍ମଚାରୀଙ୍କୁ ପଚରାଉଚରା କରାଯିବ। କ୍ରାଇମବ୍ରାଞ୍ଚ ଅନୁସାରେ, ବହୁତ ତଥ୍ୟ ଲାଗିଛି। ତଦନ୍ତ ଯେହେତୁ ଚାଲିଛି, ତଦନ୍ତରେ ବାଧା ଉପୁଜିବା ଆଶଙ୍କା ନେଇ ଏବେ କିଛି କହିହେବନାହିଁ ବୋଲି କହିଛି କ୍ରାଇମବ୍ରାଞ୍ଚ।

ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ରବିବାର ମହାବିଦ୍ୟାଳୟରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ ସହ ଆଲୋଚନା କରିଥିଲେ। ଏହା ପରେ ମହାବିଦ୍ୟାଳୟରେ ପହଞ୍ଚି ଛାତ୍ରୀଜଣକ ଆତ୍ମାହୁତି ଦେଇଥିବା ସ୍ଥାନ ବୁଲି ଦେଖିଥିଲେ। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ ଅଧ୍ୟକ୍ଷ ଫିରୋଜ ପାଢ଼ୀଙ୍କ ସହ କଥା ହୋଇ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ। ଏହି ସମୟରେ ICC ରିପୋର୍ଟରେ ସାଂଘାତିକ ଖୁଲାସା ହୋଇଛି। ଯାହା ପୀଡ଼ିତାଙ୍କୁ ନ୍ୟାୟ ଦେବା ବଦଳରେ ଦାୟୀ କରାଯାଇଛି । ରିପୋର୍ଟରେ ସମୀର ସାହୁଙ୍କୁ କ୍ଲିନଚିଟ ଦିଆଯାଇଛି। ପୀଡିତା କରିଥିବା ଅଭିଯୋଗରେ କୌଣସି ସତ୍ୟତା ନାହିଁ ବୋଲି ଆଇସିସି କହିଛି। ଏହି ରିପୋର୍ଟକୁ ଦେଖିଲେ ଜଣାପଡୁଛି, ପୂରା କଲେଜ ଗୋଟିଏ ପଟେ ଅନ୍ୟପଟେ ଏକା ହୋଇ ଯାଇଥିଲେ ଛାତ୍ରୀ। ଫେବର ମାଗିବା କଥା ନେଇ ପୀଡିତା ଛାତ୍ରୀ ଅଭିଯୋଗ କରିଥିଲେ। ଯାହା ପରେ ଆଇସିସି କମିଟି ଗଠନ କରାଯାଇ ତଦନ୍ତ କରିଥିଲା।

FM student death case

ତଦନ୍ତ କରି ଏହି ରିପୋର୍ଟ ଦେଇଥିଲା ଆଇସିସି

-ପୀଡ଼ିତାଙ୍କୁ ଫେଭର ମାଗିବା କଥା, କୌଣସି ବୟାନ ବା ଦୃଷ୍ଟିକୋଣରୁ ସାବ୍ୟସ୍ତ ହୋଇନାହିଁ।
-ଏହି ଘଟଣା ପରେ ମଧ୍ୟ ପୀଡ଼ିତା ସମୀର ସାରଙ୍କ ପାଖକୁ ନୋଟ ଆଣିବାକୁ ଯାଇଛନ୍ତି ଓ ଆଦୌ ଅସୁରକ୍ଷିତ ମନେ କରିନାହାଁନ୍ତି ।
-ମେସରେ ଥିବା ବେଳେ ରାତି ୧୦ରେ କାହା ସହ କଥା ହୋଇ ଜୋରରେ କାନ୍ଦନ୍ତି ଓ ଅନ୍ୟ ଅନ୍ତେବାସୀଙ୍କୁ ଅସୁବିଧାରେ ପକାନ୍ତି ।
-ସେ ଦିନ ୨ଟା ବେଳେ ବିଛଣାରୁ ଉଠନ୍ତି, ତେଣୁ କ୍ଲାସ କରିପାରନ୍ତି ନାହିଁ ।
-ବିଭାଗୀୟ ମୁଖ୍ୟଙ୍କୁ ଦରଖାସ୍ତ ନଦେଇ କ୍ଲାସରୁ ଅନୁପସ୍ଥିତ ରୁହନ୍ତି, ତେଣୁ ଉପସ୍ଥାନ କମ ରୁହେ ।
-ନିର୍ଯାତନା ନେଇ ପ୍ରମାଣ କମିଟିର ହସ୍ତଗତ ହୋଇନାହିଁ, ତେଣୁ ଏହା ଭିତ୍ତିହୀନ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+