Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ଆହୁରି ୫ ଦିନ କଲବଲ କରିବ କୁହୁଡି

ରାଜ୍ୟରେ ବର୍ତ୍ତମାନ ହାଡ ଭଙ୍ଗା ଶୀତରୁ କିଛି ମାତ୍ରାରେ ରକ୍ଷାପାଇଛନ୍ତି ଲୋକେ । ହେଲେ ଘନ କୁହୁଡି କଲବଲ କରୁଛି ରାଜ୍ୟବାସୀଙ୍କୁ । ସକାଳ ୧୦ ଯାଏଁ ରାସ୍ତା ଘାଟରେ ଯାତାୟତ କରିବା ମୁସ୍କିଲ ହୋଇପଡିଛି । ତେବେ ଏଭଳି ସ୍ଥିତି ଆହୁରି ୫ ଦିନ ଲାଗି ରହିବ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

Fog

ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, କଟକ, ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେବ ।

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ରାତି ତାପମାତ୍ରାରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବ ନାହିଁ । ମାତ୍ର ଏହାପରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ରେକର୍ଡ ହୋଇଥିବାବେଳେ, ସମ୍ବଲପୁରରେ ସର୍ବାଧିକ ୩୧.୭ ଡିଗ୍ରୀ ରହିଥିବା ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+