କଡ଼ା ଚେତାବନୀ ଦେଲେ ମନ୍ତ୍ରୀ, କହିଲେ କଳାବଜାରୀ କଲେ...

ଭୁବନେଶ୍ୱର: ଆସନ୍ତା ୨୩ ତାରିଖରେ ହେବ ବାତ୍ୟା। ରବିବାର ଏହା ଏକପ୍ରକାର ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତାକାଲି ଅର୍ଥାତ ସୋମବାର ଏହା ଲଘୁଚାପରେ ପରିଣତ ହେବ। ଏହା ପରେ ପର୍ଯ୍ୟାୟକ୍ରମେ ଅବପାତ ଏବଂ ବାତ୍ୟାର ରୂପ ନେବ। ପ୍ରାଥମିକ ଆକଳନ ଅନୁସାରେ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ମୁହାଁ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ତେବେ ବାତ୍ୟାକୁ ନେଇ ରାଜ୍ୟରେ ଘନେଇଛି କଳାବଜାରୀ ଆଶଙ୍କା। କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କଡ଼ା ଚେତାବନୀ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ଦେଖି ଅସାଧୁ ବ୍ୟବସାୟୀ କଳାବଜାର କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ତାଗିଦ୍ କରିଛନ୍ତି। ଏପରିକି ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ରଖିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ନ ବାତ୍ୟା ପାଇଁ ଯେପରି କଳାବଜାର ନ ହୁଏ ସତର୍କ ରହିବାକୁ ମନ୍ତ୍ରୀ ଜନସାଧାଣଙ୍କୁ ପରାମର୍ଶ ଦେଇଛନ୍ତି।

krushna xhandra patra

ଅନ୍ୟପଟେ ଚଳିତ ୨୦୨୪-୨୫ ବର୍ଷ ପାଇଁ କଟକ ଜିଲ୍ଲାରେ ଧାନ କ୍ରୟ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ କଟକ ଜିଲ୍ଲାର ସମସ୍ତ ବିଧାୟକ ଯୋଗଦେଇଛନ୍ତି। ଚଳିତ ଖରିଫ ଋତୁରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧ ଶହ ଟଙ୍କା ଲେଖାଏଁ ଚାଷୀମାନଙ୍କୁ ପ୍ରଦାନ କରାଯିବ।

ତା'ପୂର୍ବରୁ ଯୋଗାଣ ମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ଧାନ ଉଠିବାର ୪୮ ଘଣ୍ଟା ମଧ୍ୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ସେହି ସମୟରେ ଅସାଧୁ ବେପାରୀଙ୍କୁ କିଛି ଅଫିସର ଦୁର୍ନୀତି କରିବାକୁ ସୁଯୋଗ ଦେଉଛନ୍ତି। ତେବେ ଅଫିସରମାନେ ସଜାଗ ରୁହନ୍ତୁ, ନଚେତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+