ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତ ହେବେ ଫୁଡ୍ ଅଫିସର
ପୁରୀ : ତିରୁପତି ମନ୍ଦିର ଲଡୁ ବିବାଦ ପରେ ପୁରୀ ଶ୍ରୀମନ୍ଦିରରେ ବ୍ୟବହୃତ ହେଉଥିବା ଘିଅର ମାନକୁ ନେଇ ପ୍ରଶ୍ନ ଉଠିଛି । ଆଉ ଆଜି( ବୁଧବାର )ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନରେ ପୁଡ୍ ଅଫିସର ନିଯୁକ୍ତି ହେବେ। ଏହି ଅଫିସର ମହାପ୍ରସାଦ, ଶୁଖିଲା ଭୋଗର ମାନ ଯାଞ୍ଚ କରିବେ।
ଏଥିସହିତ ଶ୍ରୀମନ୍ଦିରରେ ବ୍ୟବହୃତ ଭୋଗ ସାମଗ୍ରୀ ଏବଂ ଘିଅର ଶୁଦ୍ଧତା ମଧ୍ୟ ଯାଞ୍ଚ କରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖୁବଶୀଘ୍ର ମାର୍ଗଦର୍ଶିକା ଜାରି ହେବ କହିଲେ ଆଜି ମନ୍ତ୍ରୀ କହିଛନ୍ତି। ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏହା ପୂର୍ବରୁ କହିଥିଲେ ଯେ, ଶ୍ରୀମନ୍ଦିରରେ ନକଲି ଘିଅ ବ୍ୟବହାର ହେଉଥିବା ସମ୍ଭାବନା ରହିଛି ।

ତେଣୁ ଖୁବଶୀଘ୍ର ବ୍ୟବହୃତ ଘିଅର ମାନ ଯାଞ୍ଚ କରାଯିବ। ଏନେଇ ସୁଆର ଓ ମହାସୁଆର ନିଯୋଗ ସହ ଆଲୋଚନା କରାଯିବ। ଏହାପରେ ଖୁବଶୀଘ୍ର ମହାପ୍ରସାଦ ସହ ଦୀପରେ ବ୍ୟବହୃତ ହେଉଥୁବା ଘିଅକୁ ଫୁଡ୍ ସେଫ୍ଟ ଅଫିସରଙ୍କ ଦ୍ୱାରା ଯାଞ୍ଚ କରାଯିବ। ତେବେ ମାନ ଯାଞ୍ଚ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ।












Click it and Unblock the Notifications