ଉନ୍ନତ ଚାଷ ପାଇଁ ବିଲରେ ନିଆଁ ଲଗାଉଛନ୍ତି ଚାଷୀ - ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
ମନ୍ତ୍ରୀ କହିଛନ୍ତି କେବଳ ଜଙ୍ଗଲରେ ନିଆଁ ଲାଗୁନି, ଅନେକ ସ୍ଥାନରେ ଚାଷୀମାନେ ଉନ୍ନତ ମାନର ଚାଷ କରିବା ପାଇଁ ଧାନ କାଟିବା ପରେ ବିଲରେ ବଳକା ନଡ଼ାରେ ନିଆଁ ଲଗାଇ ଦେଉଛନ୍ତି । ସାଟେଲାଇଟ ଚିତ୍ରରୁ ଏହା ସ୍ପଷ୍ଟ ହୋଇଛି ।

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନରେ ଉଠିଛି ଜଙ୍ଗଲ ନିଆଁ ପ୍ରସଙ୍ଗ । ଖରାଦିନରେ ଜଙ୍ଗଲରେ ନିଆଁ ବ୍ୟାପିବା ସହ ଏକର ଏକର ଜଙ୍ଗଲ ନଷ୍ଟ ହୋଇଯାଉଛି । ଏପରିକି କେତେକ ଜମିରେ ମଧ୍ୟ ନିଆଁ ଜଳୁଛି । ଏ ନେଇ ଗୃହରେ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ।
ମନ୍ତ୍ରୀ କହିଛନ୍ତି କେବଳ ଜଙ୍ଗଲରେ ନିଆଁ ଲାଗୁନି, ଅନେକ ସ୍ଥାନରେ ଚାଷୀମାନେ ଉନ୍ନତ ମାନର ଚାଷ କରିବା ପାଇଁ ଧାନ କାଟିବା ପରେ ବିଲରେ ବଳକା ନଡ଼ାରେ ନିଆଁ ଲଗାଇ ଦେଉଛନ୍ତି । ସାଟେଲାଇଟ ଚିତ୍ରରୁ ଏହା ସ୍ପଷ୍ଟ ହୋଇଛି । ଆଧୁନିକ ଜ୍ଞାନକୌଶଳରେ ନିଆଁକୁ ଆୟତ୍ତ କରାଯାଉଛି । ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ବନ ସୁରକ୍ଷା ସମିତିର ସହଯୋଗ ନିଆଯାଉଛି ।
ଏହା ପୂର୍ବରୁ ଜଙ୍ଗଲ ନିଆଁକୁ କିପରି ଆୟତ୍ତ କରାଯିବ ସେନେଇ ସଂପର୍କରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ହୋଇଥିଲା । ଜଙ୍ଗଲରେ ନିଆଁ ଲଗାଉଥିବା ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଜଙ୍ଗଲରେ ବୁଲାବୁଲି କରୁଥିବା ସନ୍ଦିଗ୍ଧ ଲୋକଙ୍କ ଉପରେ ନଜର ରଖାଯାଇଥିବା ମନ୍ତ୍ରୀ କହିଛନ୍ତି ।
ଗତ ଜାନୁଆରୀ ମାସରୁ ଏ ପର୍ଯ୍ୟନ୍ତ ରାଜ୍ୟରେ 14760 ଟି ଜଙ୍ଗଲ ସ୍ଥାନରେ ନିଆଁ ଲାଗିବାର ତଥ୍ୟ ରହିଥିବା ବେଳେ ସେଥି ମଧ୍ୟରୁ 14393 ଟି ସ୍ଥାନରେ କ୍ଷେତ୍ରସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନେ ତୁରନ୍ତ ନିୟନ୍ତ୍ରଣ କରିବାରେ ସମର୍ଥ ହୋଇଛନ୍ତି । ଓଡ଼ିଶା ଫରେଷ୍ଟ ମନିଟରିଂ ସିଷ୍ଟମ ସହ ପ୍ରାୟ 8 ହଜାର ମୋବାଇଲ ଫୋନ ପଞ୍ଜିକରଣ କରାଯାଇଛି ଏବଂ ସେଗୁଡିକ କ୍ଷେତ୍ରସ୍ତରରେ କାର୍ଯ୍ୟକ୍ଷମ ରହିଛି । ଯାହାଦ୍ୱାରା ବନାଗ୍ନି ସଂପର୍କରେ ତୁରନ୍ତ ଖବର ମିଳିବା ସହ ନିୟନ୍ତ୍ରଣରେ ସହାୟକ ହୋଇପାରୁଛି । ଏପରିକି ରାଜ୍ୟର 49 ଟି ଜଙ୍ଗଲ ଉପଖଣ୍ଡରେ 399 ଟି ଅଗ୍ନି ପ୍ରତିରୋଧ ସ୍କ୍ୱାର୍ଡ ଗଠନ କରାଯାଇଛି ।
ବନାଗ୍ନିକୁ ନିୟନ୍ତ୍ରଣ କରିବା ପାଇଁ ବିଭାଗୀୟ ଦକ୍ଷତା ବୃଦ୍ଧି କରାଯିବ । ଏଥି ନିମନ୍ତେ ବିଭିନ୍ନ ସ୍ତରରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ । ପାଲା, ଦାସକାଠିଆ,ଘୋଡାନାଚ ଏବଂ ପଥପ୍ରାନ୍ତ ନାଟକ ମାଧ୍ୟମରେ ସଚେତନତା ସୃଷ୍ଟି କରାଯିବ । ବନାଗ୍ନି ସଂପର୍କରେ ସ୍ଥାନୀୟ ଅଧିକାରୀଙ୍କୁ ସୂଚନା ଦେବା ଏବଂ ନିୟନ୍ତ୍ରଣରେ ସହଯୋଗ କରିବା ପାଇଁ ଏହି ଅଭିଯାନରେ ବିଭିନ୍ନ ସ୍ୱଚ୍ଛାସେବୀ ସଂସ୍ଥା, ସ୍ଥାନୀୟ ଜନ ପ୍ରତିନିଧି, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ସାମାଜିକ କର୍ମୀ ମାନଙ୍କୁ ସାମିଲ କରାଯିବ ।
ଏହା ବ୍ୟତୀତ ବନାଗ୍ନି କ୍ଷେତ୍ରରେ ବେଳେବେଳେ ବିଭିନ୍ନ ଖଳ ପ୍ରକୃତିର ବ୍ୟକ୍ତି ସାମିଲ ରହୁଥିବା ନଜର ଆସିଲେ ସେମାନଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି ଜାନୁଆରୀରୁ ଜୁନ ମାସ ମଧ୍ୟମରେ ବନାଗ୍ନି ବ୍ୟାପକତା ଅଧିକ ଆଶଙ୍କା ରହିଥିବାରୁ ଅନୁଧ୍ୟାନ ପ୍ରକ୍ରିୟାକୁ ତୃଣମୂଳ ସ୍ତରରୁ ଦୃଢ଼ କରିବାକୁ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି । ଏପରିକି ବିଭିନ୍ନ ଡ଼ିଭିଜନ ଏବଂ ରାଜ୍ୟସ୍ତରରେ 24୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications