କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ

କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ । ୭୮ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି । ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ପ୍ରଭାତଙ୍କ ଦେହାନ୍ତ ନେଇ ସାନ ପୁଅ ସିଦ୍ଧାର୍ଥ ସାମନ୍ତରାୟ ସୂଚନା ଦେଇଛନ୍ତି। ତାଙ୍କ ପରଲୋକରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

pravat samantray

ପ୍ରଭାତ କୁମାର ସାମନ୍ତରାୟ ୧୯୫୦ ମସିହାର ଅପ୍ରେଲ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ସୂର୍ଯ୍ୟମଣି ସାମନ୍ତରାୟ ଏବଂ ପତ୍ନୀଙ୍କ ନାମ ପ୍ରତିଭା ମଞ୍ଜରୀ ମହାନ୍ତି । ପ୍ରଭାତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର । ସେ ଜଣେ ବିଶିଷ୍ଟ ରାଜନୀତିଜ୍ଞ। ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଥିଲେ। କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭାବେ ୨ ଥର ନିର୍ବାଚିତ ହୋଇଥିଲେ।

୭୮ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି ।ତେବେ ଓଡ଼ିଶା ରାଜନୀତିରେ ବିଜେଡିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ପ୍ରଭାତ କୁମାର ସାମନ୍ତରାୟ । ବିଜେଡିର ଜଣେ ସାଂସଦ ଭାବରେ ଦୁଇ ଦୁଇଥର ନିର୍ବାଚିତ ହୋଇଛନ୍ତି ପ୍ରଭାତ । ୧୯୯୮ ଓ ୧୯୯୯ରେ କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀରୁ ୧୨ଶ ଏବଂ ୧୩ଶ ଲୋକସଭାରୁ ନିର୍ବାଚିତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+