ବିଜେପିରେ ଯୋଗଦେବେ ଧାମନଗର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ
ବିଜେପିରେ ଯୋଗଦେବେ ଧାମନଗର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ଆସନ୍ତା ୪ ତାରିଖରେ ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେବା ନେଇ ସେ ସୂଚନା ଦେଇଛନ୍ତି ରାଜୁ ଦାସ । ଏହାପୂର୍ବରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାଜୁ ।
ତେବେ ଧାମନଗର ଉପ-ନିର୍ବାଚନରେ ଟିକେଟ ନ ମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢି ପରାଜିତ ହୋଇଥିଲେ । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ ରାଜୁ ଦାସ ।
ଗତ କିଛି ଦିନ ଧରି ରାଜୁ ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା। ତେବେ ଏଥିରେ ସେ ବିରାମ୍ ଲଗାଇ ବିଜେପିରେ ସାମିଲ ହେବା ନେଇ ସେ ସ୍ପଷ୍ଟ କରିଛନ୍ତି।
୨୦୦୯ରେ ବିଜେଡି ଟିକେଟରୁ ବିଧାୟକ ହୋଇଥିବା ରାଜେନ୍ଦ୍ର ଦାସଙ୍କୁ ୨୦୧୪ରେ ଦଳ ଟିକେଟ ଦେଇନଥିଲା । ତେବେ ୨୦୧୯ରେ ପୁଣିଥରେ ଟିକେଟ ପାଇଥିଲେ ମଧ୍ୟ ବିଜେପି ପ୍ରାର୍ଥୀ ବିଷ୍ଣୁ ସେଠୀଙ୍କ ଠାରୁ ପରାଜିତ ହୋଇଥିଲେ ରାଜେନ୍ଦ୍ର ।

ପରେ ବିଷ୍ଣୁଙ୍କ ଦେହାନ୍ତ ପରେ ହୋଇଥିବା ଉପ-ନିର୍ବାଚନରେ ବିଜେଡି ଟିକେଟ ନ ପାଇ ନିରାଶ ହୋଇ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜେନ୍ଦ୍ର ମୈଦାନକୁ ଓହ୍ଲାଇଥିଲେ ମଧ୍ୟ ପରାଜିତ ହୋଇଥିଲେ ।
ବିଜେପି ମୁହାଁ ବିଜେଡି ବିଦ୍ରୋହୀ । ୨୧ରେ ପ୍ରଦୀପ ପାଣିଗ୍ରାହୀ, ୨୫ରେ ଦେବାଶିଷ ନାୟକ ଓ ଗୁରୁବାର ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ।
ବିଜେପିରେ ଯୋଗଦାନ ପରେ ପ୍ରଶାନ୍ତ କହିଛନ୍ତି ଯେ ବିଜେପିରେ ଯୋଗ ଦେଇ ଆଜି ମୁଁ ବହୁତ ଖୁସି । ସେ କହିଛନ୍ତି ନବୀନ ବାବୁଙ୍କ ପାଇଁ ବହୁତ କାମ କରିଛି, ସିଏ ବି ମୋତେ ବହୁତ ସମ୍ମାନ ଦେଇଛନ୍ତି । କିନ୍ତୁ ଆଜି ନବୀନ ବାବୁ ସେ ଅବସ୍ଥାରେ ନାହାଁନ୍ତି, ଆମକୁ ସୁରକ୍ଷା ଦେବା ଓ ଓଡିଶା ପାଇଁ କିଛି କାର୍ଯ୍ୟ କରିବା । ନବୀନ ରାଜନୀତି ବ୍ୟବସ୍ଥା ଭିତରୁ ନିବୃତ୍ତ ରହିଯିବା କଥା । ଓଡ଼ିଶାରେ ବି ଡବଲ ଇଞ୍ଜିନ ସରକାର ଆସିବାକୁ ଯାଉଛି ବୋଲି କହିଛନ୍ତି ପ୍ରଶାନ୍ତ ।












Click it and Unblock the Notifications