ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅସୁସ୍ଥ
ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅସୁସ୍ଥ। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଯିବାକୁ ପ୍ରସ୍ତୁତି ଚାଲିଛି। ଅସୁସ୍ଥତା ନେଇ ତାଙ୍କ ପୁଅ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ତାଙ୍କୁ ପରିବାର ପକ୍ଷରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତବର୍ଷ ସେପ୍ଟେମ୍ବର ମାସରେ ମଧ୍ୟ ଅସୁସ୍ଥତା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।












Click it and Unblock the Notifications