ଯାଜପୁରର ପୂର୍ବତନ ସାଂସଦଙ୍କ ପରଲୋକ
ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ । ଭୁବନେଶ୍ବରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ପୂର୍ବତନ ସାଂସଦ ମୋହନ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ।
ଭୁବନେଶ୍ବର: ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ । ଭୁବନେଶ୍ବରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ପୂର୍ବତନ ସାଂସଦ ମୋହନ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ । ୬୫ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଯାଜପୁରରୁ ଦୁଇଥର ସେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

ମୋହନ ଜେନା ୨ଥର ଯାଜପୁରରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୧୪ତମ ଓ ୧୫ତମ ଲୋକସଭାର ସେ ସଦସ୍ୟ ରହିଥିଲେ । ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ ସେ ବିଜେଡି ଟିକେଟରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଯାଜପୁର ବଡଚଣାର ଶାସନସିମାରେ ୧୪ ଜୁଲାଇ ୧୯୫୭ରେ ଜନ୍ମଗ୍ରହଣ କରିଥିବା ମୋହନ କେନ୍ଦ୍ରାପଡା କଲେଜର ସହ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପାଠପଢ଼ି ଥିବା ବେଳେ ସେ ଏକାଧାରରେ ଜଣେ ଲୋକପ୍ରିୟ ନେତା, ସମାଜସେବୀ, ପ୍ରକାଶକ ଥିଲେ । ୧୯୯୨-୧୯୯୪ ପର୍ଯ୍ୟନ୍ତ ସେ ଯୁବ ଜନତା ଦଳର ସାଧାରଣ ସମ୍ପାଦକ, ୧୯୯୪-୯୮ ପର୍ଯ୍ୟନ୍ତ ଜନତା ଦଳର ସମ୍ପାଦକ ଥିଲେ।
୨୦୦୪ ମସିହାରେ ସେ ବିଜେଡି ଟିକେଟରେ ଲୋକସଭା ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ଜିତି ଲୋକସଭାକୁ ନିର୍ବାଚିତ ହୋଇଥିଲେ । ଏହି ସମୟରେ ସେ ଲୋକସଭାର ଗ୍ରାମ୍ୟ ଉନ୍ନୟନ, ସାମାଜିକ ନ୍ୟାୟ ଓ ସଶକ୍ତିକରଣ କମିଟିର ସଦସ୍ୟ ମଧ୍ୟ ରହିଥିଲେ। ସେହିପରି ୨୦୦୯ରେ ତାଙ୍କୁ ପୁଣି ବିଜେଡି ପକ୍ଷରୁ ଟିକେଟ ଦିଆଯାଇଥିଲା। ଆଉ ୨୦୦୯ ମସିହାରେ ବି ସେ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ଏଥର ବି ତାଙ୍କୁ ଲୋକସଭାର ଜଳ ସମ୍ବଳ, ଆଦିବାସୀ ଉନ୍ନୟନ କମିଟିରେ ସଦସ୍ୟ ଭାବେ ସ୍ଥାନ ମିଳିଥିଲା । ୨୦୧୯ ମସିହାରେ ସେ ବିଜେପିରେ ଯୋଗ ଦେଇଥିଲେ ।
ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରିଛନ୍ତି । ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ' ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।'
-
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ








Click it and Unblock the Notifications