ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । କରୋନା ସଂକ୍ରମିତ ହେବା ପରେ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । କରୋନା ସଂକ୍ରମିତ ହେବା ପରେ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ଅପରାହ୍ନରେ ତାଙ୍କର ଦେହାନ୍ତ ହୋଇଯାଇଛି ।

 Vijayashree Rautaray

ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ:

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରାଉତରାୟଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣ୍ଣନା କରିଛନ୍ତି। ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ ବୋଲି ନବୀନ କହିଛନ୍ତି । ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦକ୍ଷତାର ସହ ନିର୍ବାହ କରିଥିଲେ । ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ କ୍ଷତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମର ସଦଗତି କାମନା କରଛନ୍ତି । ବିଜୟ ଶ୍ରୀ ରାଉତରାୟ ଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗ ସ୍ବର୍ଗତ ରାଉତରାୟଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଥିଲେ ।

ବିଜୟଶ୍ରୀ ରାଜନୈତିକ ଯାତ୍ରା:

୧୯୮୦ ମସିହାରେ ସେ ସକ୍ରିୟ ରାଜନୀତିରେ ସାମିଲ ହୋଇଥିଲେ । ବିଜୟଶ୍ରୀ ୨ ଥର ଜନତା ଦଳ ଟିକେଟରେ ଓ ୪ଥର ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ୬ ଥର ବାସୁଦେବପୁର ନିର୍ବାଚନ ମଣ୍ଡଳିର ପ୍ରତିନିଧିତ୍ୱ କରିଥିଲେ । ସେ ଦିବଙ୍ଗତ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଅମଳରୁ ରାଜ୍ୟ ରାଜନୀତିରେ ସକ୍ରିୟ ଥିଲେ। ୧୯୯୦ ଏବଂ ୧୯୯୫ରେ ଜନତା ଦଳ ଟିକେଟ୍‌ରୁ ନିର୍ବାଚନ ଲଢି ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ବିଜୁ ଜନତା ଦଳ(ବିଜେଡି)ରେ ନିଜର ରାଜନୈତିକ ଜୀବନକୁ ଆଗେଇ ନେଇଥିଲେ। ସେ ବିଜେଡିର ଜଣେ ବରିଷ୍ଠ ଚେହେରା ଥିଲେ। ୨୦୦୦, ୨୦୦୪, ୨୦୦୯ ଏବଂ ୨୦୧୪ରେ ବିଜେଡି ଟିକେଟ୍‌ରେ ବାସୁଦେବପୁର ନିର୍ବାଚନ ମଣ୍ଡଳରୁ କ୍ରମାଗତ ବିଜୟୀ ହୋଇଥିଲେ।

ସୂଚନାଯୋଗ୍ୟ, ସ୍ୱର୍ଗତଃ ରାଉତରାୟ ୧୯୫୩ ମସିହା ଜୁଲାଇ ୨୮ରେ ଜନ୍ମ ଗ୍ରହଣ କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ନିଳମଣୀ ରାଉତରାୟଙ୍କ ପୁତ୍ର ହେଉଛନ୍ତି ବିଜୟଶ୍ରୀ ରାଉତରାୟ। ୧୯୫୩ ମସିହାରେ ଜନ୍ମିତ ବିଜୟଶ୍ରୀ ଭୂଗୋଳରେ ଏମଏ କରିଥିଲେ । ରେଭେନ୍ସା କଲେଜରେ ଅଧ୍ୟାପକ ଥିବା ବିଜୟଶ୍ରୀ ୧୯୮୦ରେ ଚାକିରିରୁ ଇସ୍ତଫା ଦେଇ ସକ୍ରିୟ ରାଜନୀତିରେ ପ୍ରବେଶ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+