ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ, ଜାଣନ୍ତୁ କେମିତି ଥିଲା ତାଙ୍କ ରାଜନୈତିକ ଯାତ୍ରା

ସକାଳୁ ସକାଳୁ ଦୁଃଖଦ ଖବର । ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ସେ ଲଗାତାର ୪ଥର ବିଧାୟକ ଥିଲେ ।

Anant Das

୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ । ଏଥିରୁ ତାଙ୍କର ଲୋକପ୍ରିୟତା ସ୍ପଷ୍ଟ ବାରି ହୋଇ ପଡୁଛି । ସେ ଉଚ୍ଚ ଶିକ୍ଷାମନ୍ତ୍ରୀ ଏବଂ ଶିଳ୍ପ ମନ୍ତ୍ରୀ ମଧ୍ୟ ରହିଥିଲେ । ଗତବର୍ଷ ସେ ଅଗଷ୍ଟ 28 ତାରିଖରେ ସେ 85ତମ ଜନ୍ମଦିନ ମଧ୍ୟ ପାଳନ କରିଥିଲେ।

ତେବେ ସେ ଦୀର୍ଘଦିନ ଧରିି ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବେଳେ ଆଜି ଭୋର ସମୟରେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ପରିବାର ଲୋକଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ତେବେ ତାଙ୍କର ଶେଷକୃତ କେଉଁଠାରେ କରାଯିବ ସେନେଇ କୌଣସି ନିଷ୍ପତ୍ତି ହୋଇନଥିବା ଜଣାପଡ଼ିଛି ।

ତାଙ୍କର 3 ପୁଅ ଏବଂ ଗୋଟିଏ ଝିଅ ମଧ୍ୟ ରହିଛନ୍ତି । ତେବେ ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ସେ ଲଗାତାର ୪ଥର ବିଧାୟକ ରହିଥିବା ବେଳେ ଆଜି ଭୋଗରାଇବାସୀ ତାଙ୍କୁ ଝୁରୁଛନ୍ତି । ଗ୍ରାମରେ ମଧ୍ୟ ଶୋକାକୂଳ ପରିସ୍ଥିତି ଦେଖାଯାଇଛି । ଅନନ୍ତ ଦାସ ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଅନନ୍ତ ଦାସ ୧୯୪୦ ମସିହାର ଅଗଷ୍ଟ ମାସ ୨୮ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ବାପା କାର୍ତ୍ତିକ ଚନ୍ଦ୍ର ଦାସ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକତ୍ତୋର । ତାଙ୍କର ୩ ପୁଅ ଓ ଜଣେ ଝିଅ ଅଛନ୍ତି । ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅନନ୍ତ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୮,୫୮୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ କାର୍ତ୍ତିକେଶ୍ୱର ପାତ୍ରଙ୍କୁ ୧,୬୮୦ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅନନ୍ତ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ସମୁଦାୟ ୭୩,୪୭୪ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦି କାର୍ତ୍ତିକେଶ୍ୱର ପାତ୍ରଙ୍କୁ ୧୭,୬୫୦ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୨୦୦୯ ମସିହାରୁ ୨୦୧୪ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅନନ୍ତ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ସମୁଦାୟ ୭୬,୭୬୧ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦି ସଦାଶିବ ଦାସଙ୍କୁ ୧୯,୫୧୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୨୦୧୪ ମସିହାରୁ ୨୦୧୯ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅନନ୍ତ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରାର୍ଥୀ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+