ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ପରଲୋକ
ମାଲକାନଗିରି: ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ପରଲୋକ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଆଜି ୫୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି । ଆଦିତ୍ୟ ମାଢ଼ୀଙ୍କ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ ଏକ ବର୍ଷ ହେଲା ଅସୁସ୍ଥ ଥିଲେ । ନିକଟରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି । ସୂଚନାଯୋଗ୍ୟ, ଭାରତୀୟ ଜନତା ପାର୍ଟି (ବିଜେପି) ଟିକେଟରେ ଆଦିତ୍ୟ ମାଢ଼ୀ ଷୋଡ଼ଶ ବିଧାନସଭାକୁ ୨୦୧୪ରେ ନିର୍ବାଚିତ ହୋଇଥିଲେ । ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ସେ ମାଲକାନଗିରି ବିଧାନସଭା କ୍ଷେତ୍ରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଆସନ୍ତା କାଲି ନିଜ ପୈତୃକ ଗ୍ରାମ ମାଲକାନଗିରି ଜିଲ୍ଲା ବାପନପାଲି ପଂଚାୟତ ରୋଡାନପାଲି ଠାରେ ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ ହେବ ନେଇ ଖବର ରହିଛି ।












Click it and Unblock the Notifications