ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ
କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କାର କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର ସୂଚନା ଦେଇଛନ୍ତି ।
ଭୁବନେଶ୍ୱର: କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କାର କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର ସୂଚନା ଦେଇଛନ୍ତି ।

ଆଗକୁ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଣେ ପରେ ଜଣେ ଟାଣୁଆ ନେତା ଦଳ ଛାଡୁଛନ୍ତି। ନିକଟରେ କଂଗ୍ରେସ ହେଭିୱଟେ ନେତା ପ୍ରଦୀପ ମାଝୀ ଦଳ ଝାଡିଥିବା ବେଳେ ଏବେ ପ୍ରଫୁଲ୍ଲ ମାଝୀ ବିଜେଡିରେ ଯୋଗ ଦେଇ ପାରନ୍ତି ଚର୍ଚ୍ଚା ଜୋର ଧରିଛି।
୨୦୦୬ ମେ ୨୦ ତାରିଖରେ ଗଜାଧର ମାଝୀଙ୍କ ଦେହାନ୍ତ ହେବାପରେ ଉପନିର୍ବାଚନରେ ପ୍ରଫୁଲ୍ଲ ମାଝୀ ନିର୍ବାଚିତ ହୋଇ ତାଙ୍କ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜୟୀ ହୋଇଥିଲେ ।












Click it and Unblock the Notifications