ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ପରଲୋକ
ବେଗୁନିଆ-ବୋଲଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଆଜି ଦେହାନ୍ତ ହୋଇଯାଇଛି ।
ଭୁବନେଶ୍ବର: ପରଲୋକରେ ପୂର୍ବତନ ବିଧାୟକ । ବେଗୁନିଆ-ବୋଲଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଆଜି ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା।

ତେବେ ମିଳିଥିବା ଖବର ଅନୁସାରେ, ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୧୯୯୦ରେ ଜନତା ଦଳରୁ ନିର୍ବାଚନ ଲଢି ବିଧାୟକ ହୋଇଥିଲେ ସୁରେନ୍ଦ୍ର। ସୁରେନ୍ଦ୍ର ମିଶ୍ରଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।












Click it and Unblock the Notifications