ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ୱାଇଁଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲିକୁଦାରୁ ୪ଥର ବିଧାୟକ ଭାବେ ନିର୍ବାଚିତ ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ବାଇଁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି ।

ଭୁବନେଶ୍ୱର: ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲିକୁଦାରୁ ୪ଥର ବିଧାୟକ ଭାବେ ନିର୍ବାଚିତ ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ବାଇଁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଉମେଶଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।

MLA Umesh Chandra Swain

ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, "ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ବାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ ନିଃସ୍ବାର୍ଥପର ସେବା ଓ ଜନ କଲ୍ୟାଣକାରୀ କା ର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।"

ସେହିଭଳି ବିଜୁ ଜନତା ଦଳ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି ସହ ଶୋକସନ୍ତପ୍ତ ପରିବାରଙ୍କ ପ୍ରତି ସମବେଦନା ଜଣାଇଛନ୍ତି ପ୍ରଣବ ପ୍ରକାଶ ଦାସ ।

ସୂଚନାଯୋଗ୍ୟ ଯେ, ହୃଦଘାତରେ ଜଗତସିଂହପୁର-ବାଲିକୁଦାର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଉମେଶ ଚନ୍ଦ୍ର ସ୍ବାଇଁଙ୍କର ୮୯ ବର୍ଷ ବୟସରେ ଦେହାନ୍ତ ହୋଇଛି । ଜଗତସିଂହପୁର ବାଲିକୁଦାରୁ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି । ୨୦୧୪ରେ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ । ବିଜୁବାବୁଙ୍କଠାରୁ ଅନୁପ୍ରାଣିତ ହୋଇ ରାଜନୀତିରେ ପ୍ରବେଶ କରିଥିଲେ । ୧୯୭୭-୧୯୮୦, ୧୯୯୦-୯୫, ୨୦୦୦-୨୦୦୫, ୨୦୦୫-୨୦୦୯ଯାଏ ବିଧାୟକ ଥିଲେ ଉମେଶ । ଜନ୍ମମାଟି ମାଛଗାଁରେ ହେବ ଉମେଶଙ୍କର ହେବ ଶେଷକୃତ୍ୟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+