ପରଲୋକରେ ପୂର୍ବତନ ବିଧାୟକ ବିଜୟ ମହାନ୍ତି

ଭୁବନେଶ୍ଵର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ତାଙ୍କୁ ୬୦ ବର୍ଷ ହୋଇଥିଲା। ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ।

Vijay Mohanty

ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଜୟ ହୃଦରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି। ଡାକ୍ତରଖାନାରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ୨୦୦୯ ଏବଂ ୨୦୧୪ ମସିହାରେ ସେ ବିଜେଟି ଟିକେଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁ ପରେ ନିର୍ବାଚନମଣ୍ଡଳୀ ସମେତ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ବିଧାୟକ ବାବୁ ସିଂହ ଏବଂ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ବିଜୟଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+