ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି

ଭୁବନେଶ୍ୱର: ପୂର୍ବତନ ବାତସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 67 ବର୍ଷ ବୟସ ହୋଇଥିଲା । ଗତ 1 ତାରିଖ ରାତିରେ ମହେଶ୍ୱର ମହାନ୍ତି ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପ୍ରଥମେ ତାଙ୍କୁ ନ୍ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଭୋର 3.25 ରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।

maheswar mohanty

ସ୍ୱର୍ଗତଃ ମହେଶ୍ୱର ମହାନ୍ତି 1956 ମସିହା ଫେବ୍ରୁଆରି 26 ତାରିଖରେ ଜନ୍ମ ଗ୍ରହଣ କରିଥିଲ । ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ ଏମଏ ପରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଏଲଏଲବି ଅଧ୍ୟୟନ କରିଥିଲେ । ପେସାରେ ଆଇନଜୀବୀ ଥିଲେ ମହେଶ୍ୱର । ଏହାପରେ ସେ ରାଜନୀତିରେ ପ୍ରବେଶ କରିଥିଲେ ।

ରାଜ୍ୟର ଜଣେ ସଫଳ ରାଜନେତା ଭାବେ ସେ ପରିଗଣିତ ହେଉଥିଲେ । 1995 ରୁ 2014 ପର୍ଯ୍ୟନ୍ତ ଲଗାତାର 5 ଥର ବିଧାୟକ ନିର୍ବାଚିତ ହୋଇଥିଲେ ମହେଶ୍ୱର । ପ୍ରଥମେ ଜନତା ଦଳରୁ 1995 ରେ ସେ ବିଧାୟକ ହୋଇଥିଲେ । ଏହା ପରେ 2000 ମସିହା ପର ଠାରୁ ବିଜେଡ଼ି ଦଳରୁ 2014 ପର୍ଯ୍ୟନ୍ତ କ୍ରମାଗତ ଭାବେ ବିଜେଡିରୁ ବିଧାୟକ ହୋଇ ପୁରୀକୁ ପ୍ରତିନିଧିତ୍ବ କରି ଆସୁଥିଲେ । 2004 ରୁ 2008 ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ପଦବୀ ସମ୍ଭାଳି ଥିଲେ । 2011 ରୁ 2019 ପର୍ଯ୍ୟନ୍ତ ଅନେକ ବିଭାଗର ମନ୍ତ୍ରୀ ପଦବୀରେ ଥିଲେ ମହେଶ୍ୱର । ପଞ୍ଚାୟତିରାଜ, ରାଜସ୍ୱ, ଆଇନ, ପର୍ଯ୍ୟଟନ, ଯୋଜନା ଓ ସଂଯୋଜନା ଭଳି ପ୍ରମୁଖ ବିଭାଗର ମନ୍ତ୍ରୀ ପଦବୀରେ ଥିଲେ ମହେଶ୍ବର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+