Get Updates
Get notified of breaking news, exclusive insights, and must-see stories!

ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ । ରାଜ୍ୟ ଭାଜପାର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ ।

ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Devendra Pradhan

ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ । ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କର 'ଅତୁଳନୀୟ ସାଂଗଠନିକ ଦକ୍ଷତା ପାଇଁ ସର୍ବଦା ସ୍ମରଣୀୟ ରହିବେ' ବୋଲି କହିଛନ୍ତି।

ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ ଭାଜପାର ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏ ସେ ଭାଜପା ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଦେବେନ୍ଦ୍ର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ ସଂଗଠନକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+