Foundation Day of Bhubaneswar: ନିର୍ବାଚନ ପାଇଁ ଏଥର ଗୋଟିଏ ଦିନ ପାଳନ କରାଯିବ ରାଜଧାନୀ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଚଳିତ ବର୍ଷ ଏପ୍ରିଲ ୧୩ ତାରିଖ ଦିନ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ରାଜ୍ୟ ଭଲୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଜି ଲୋକ ସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।

ବୈଠକର ପ୍ରାରମ୍ଭରେ ଭୁବନେଶ୍ୱର ମହାନଗର ନିଗମ କମିଶନର ରାଜେଶ ପ୍ରଭାକର ପାଟିଲ ରାଜଧାନୀ ପ୍ରତିଷ୍ଠା ବିବସ ପାଳନର ଗୁରୁତ୍ବ ସଂପର୍କରେ ଆଲୋକପାତ କରିଥିଲେ । ୧୩ ଏପ୍ରିଲ ୧୯୪୮ ରେ ପ୍ରତିଷ୍ଠା ହୋଇଥିବା ଭୁବନେଶ୍ବର ରାଜଧାନୀ ଏ ବର୍ଷ ୭୬ତମ ବର୍ଷରେ ପଦାର୍ପଣ କରୁଛି । ଚଳିତ ବର୍ଷ ସାଧାରଣ ନିର୍ବାଚନ-୨୦୨୪ ଦୃଷ୍ଟିରୁ ଆବର୍ଶ ଆଚରଣ ବିଧା ବଳବରର ରହୁଥ‌ିବାରୁ ଏହାକୁ ଅନୁପାଳନ ପୂର୍ବକ କାର୍ଯ୍ୟକ୍ରମକୁ ଯଥା ସମ୍ଭବ ସୀମିତ କରିବାକୁ ବୈଠକରେ ନିଷ୍ପରି ଗ୍ରହଣ କରାଯାଇଛି ।

Foundation Day of Bhubaneswar

ତେବେ 'ରାଜଧାନୀ ପ୍ରତିଷ୍ଠା ଦିବସକୁ ରାଜଧାନୀ ଭୁବନେଶ୍ୱର ଜନ୍ମୋତ୍ସବ ଭାବେ ମର୍ଯ୍ୟାଦା ସହକାରେ ପାଳନ କରାଯିବାକୁ ବୈଠକରେ ଆଲୋଚନା କରାଯାଇଥିଲା । ନିର୍ବାଚନ ଆଦର୍ଶ ଆଚରଣ ବିଧ ଅନୁପାଳନ ପୂର୍ବକ ରାଜଧାନୀ ପ୍ରତିଷ୍ଠା ଦିବସ ଶାନ୍ତି, ଶୃଙ୍ଖଳାର ସହ ପାଳନ କରିବାକୁ ଭନ୍ନୟନ କମିଶନର ଗର୍ଗ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

ପୂର୍ବରୁ ସାଧାରଣତଃ ୩ ଦିନ ଧରି ଏହି ପ୍ରତିଷ୍ଠା ଉତ୍ସବ ପାଳନ କରାଯାଉଥିବା ବେଳେ ନିର୍ବାଚନ ଆଦର୍ଶ ଆଚରଣ ବିଧି ପାଳନ ଦୃଷ୍ଟିରୁ ଏ ବର୍ଷ ଗୋଟିଏ ଦିନ ପାଳନ କରାଯିବା ନେଇ ନିଷ୍ପରି ଗ୍ରହଣ କରାଯାଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ସକାଳେ ବିଧାନସଭା ସୌଧ ସମ୍ମୁଖସ୍ଥ ରାଜଧାନୀ ପ୍ରତିଷ୍ଠା ଶିଳାନ୍ୟାସ ଫଳକରେ ପୁଷ୍ପମାଲ୍ୟ ଓ ପୁଷ୍ପଗୁଚ୍ଛ ଅର୍ପଣ କରାଯିବ ।

ଉତ୍ସବର ମୁଖ୍ୟ ଅତିଥି ରାଜଧାନୀ ପ୍ରତିଷ୍ଠା ଦିବସ ପତାକା ଭତ୍ତୋଳନ କରିବେ । ସଂପ୍ରତି ପ୍ରଚଣ୍ଡ ରୌଦ୍ରତାପ ଜାରି ରହିଥ‌ିବାରୁ ପ୍ରତିବର୍ଷ ରାଜଧାନୀ ଫଳକ ସମ୍ମୁଖ ରାସ୍ତାରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ହୋଇଆସୁଥିବା ବେସାମରିକ ପ୍ୟାରେଜ୍‌ ପ୍ରଦର୍ଶନ ଚଳିତ ବର୍ଷ ଅନୁଷ୍ଠିତ ହେବ ନାହିଁ । ସେହିଭଳି ଛାତ୍ରଛାତ୍ରୀମାନଙ୍କୁ ସାମିଲ କରାଯାଇ ରାଜଧାନୀ ପ୍ରତିଷ୍ଠା ଦିବସ ଅପରାହ୍ନରେ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା ମଧ୍ୟ କରାଯିବ ନାହିଁ ।

ସେଦିନ ସଂଧ୍ୟାରେ ଜୟଦେବ ଭବନରେ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହେବ ଏବଂ ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଦିବସ ଉପଲକ୍ଷେ ରାଜଧାନୀର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ବିଧାନସଭା ସୌଧ ସ୍ଥିତ ଶିଳାନ୍ୟାସ ଫଳକ ସ୍ଥଳକୁ ଆଲୋକମାଳାରେ ସଜ୍ଜିତ କରାଯିବ । ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ତୋରଣ କରାଯିବ ।

ରାଜଧାନୀ ଶିଳାନ୍ୟାସ ପ୍ରତିଷ୍ଠା ଫଳକ ସ୍ଥଳ ସମେତ ସହରରେ ଥିବା ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତି ସ୍ଥଳ ପରିସ୍କାର ପରିଚ୍ଛନ୍ନ କରାଯାଇ ମାଲ୍ୟାର୍ପଣ କରା‌ଯିବ । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ବିଏମସି ଓ ବିଜିଏର ମିଳିତ ସ‌ହ‌ଯୋଗରେ ରାଜଧାନୀ ପ୍ରତିଷ୍ଠା ପ୍ରାରମ୍ଭରୁ ଅଦ୍ୟାବଧୂ ରହିଥ‌ିବା ଐତିହ୍ୟ ଏବଂ ପୁରାତନ ସ୍ମୃତି ବହନ କରୁଥିବା ଫଟୋଚିତ୍ରକୁ ସ୍ଥାନିତ କରି ଏକ ଫଟୋ ପ୍ରଦର୍ଶନୀ ଜୟଦେବ ଭବନ ଠାରେ ଅନୁଷ୍ଠିତ ହେବ ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ଆର. କାର୍ତ୍ତିକେୟନ, ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ(ବି.ଡି.ଏ) ଉପାଧ୍ଯକ୍ଷ ବଳୱର ସିଂ, ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା, ପୂର୍ବ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ତଥା ସର୍ବୋଚ୍ଚ ଯନ୍ତ୍ରୀ ପୂର୍ଣଚନ୍ଦ୍ର ମହାପାତ୍ର, ପୋଲିସ୍ ଢିସିପି ( ହେଡକ୍ୱାଟର୍ସ) କିଶୋର ଚନ୍ଦ୍ର ପାଟ୍ଟଶାଣୀ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ(ବୈଷୟିକ) ସୁରେନ୍ଦ୍ର ନାଥ ପରିଢ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସଂସ୍କୃତି ବିଭାଗ ଉପନିର୍ଦ୍ଦେଶକ ଦେବାନନ୍ଦ ବରିହା, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ, ସାଧାରଣ ସଂପାଦକ ସନତ ମିଶ୍ର ଏବଂ ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+