Get Updates
Get notified of breaking news, exclusive insights, and must-see stories!

ଘଟଗାଁ ତାରିଣୀ ପୀଠ ପାଇଁ ୩୧୨ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା' ତାରିଣୀ ପୀଠର ବିକାଶ ପାଇଁ ୩୧୨ କୋଟିରୁ ଊର୍ଦ୍ଧ୍ବ ଟଙ୍କା ବ୍ୟୟରେ ବହୁ ପ୍ରତୀକ୍ଷିତ ସୌନ୍ଦର୍ଯ୍ୟୀକରଣ ଓ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିରେ ପାଖାପାଖି ୬୦ ଏକର ଅଞ୍ଚଳର ବିକାଶ କରାଯିବ।

ସୂଚନାଯୋଗ୍ୟ ଯେ, ସମୁଦାୟ ୩୧୩ କୋଟି ଟଙ୍କା ବ୍ୟୟ ବରାଦରେ ଆଜି ମା' ତାରିଣୀଙ୍କ ପୀଠର ସମନ୍ବିତ ଉନ୍ନତିକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି ଏବଂ ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଉନ୍ନତିକରଣ କାର୍ଯ୍ୟ ସମାପ୍ତ ହେବ ବୋଲି ସମୟସୀମା ଧାର୍ଯ୍ୟ କରାଯାଇଛି ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି ତାଙ୍କ ଅଠରମାସ ତଳର ପରିକଳ୍ପନା ଆଜି ସାକାର ରୂପ ନେଇଥିବାରୁ ସେ ଭାବବିହ୍ୱଳ ହୋଇ ପଡ଼ିଥିଲେ ଏବଂ କହିଥିଲେ ଯେ, ମା' ତାରିଣୀଙ୍କ ପୀଠକୁ ଏକ ବିଶ୍ଵସ୍ତରୀୟ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳୀ ଭାବେ ଗଢି ତୋଳିବାକୁ ସରକାର ସମସ୍ତ କାର୍ଯ୍ୟ କରିବେ । ମା'ଙ୍କ ପୀଠର ଉନ୍ନତିକରଣ ପାଇଁ କୌଣସି ବାଧା ବାଧକ ସାଜିବ ନାହିଁ । ଅର୍ଥର ଅଭାବ ନାହିଁ କାରଣ, ଏହି ଉନ୍ନତିକରଣ କାର୍ଯ୍ୟ ମା'ଙ୍କ ଆଶୀର୍ବାଦରେ ହେଉଛି ।

TARINI PITHA

ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ବିକ ବିକାଶ ପାଇଁ ମଂଜୁର ହୋଇଥିବା ୩୧୩ କୋଟି ଟଙ୍କା ଏକ ବର୍ଷ ମଧ୍ୟରେ ଖର୍ଚ୍ଚ ହେବ ଆଉ ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଅଂଚଳରେ ସମସ୍ତ ତୀର୍ଥଯାତ୍ରୀ ସୁବିଧା ଉପଲବ୍ଧ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏଥିସହିତ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେଯେ ଆଉ ଅଧିକ ବ୍ୟୟ ଏହି ପ୍ରକଳ୍ପ ସହିତ ଯୋଡ଼ା ଯାଇ ମନ୍ଦିରର ଦେହୁରୀ ମାନଙ୍କ ସୁବିଧା ନିମନ୍ତେ ରହିବା ଗୃହ ମଧ୍ୟ ନିର୍ମାଣ ହେବ । ପୂର୍ତ୍ତ ବିଭାଗ ଏଥି ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଏବଂ ଜିଲ୍ଲାପାଳଙ୍କୁ ଡିପିଆର ମଧ୍ୟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ପ୍ରାୟ ୬୦ ଏକର ଜମିରେ ପରିବ୍ୟାପ୍ତ ହେବାକୁ ଥିବା ଏହି ଉନ୍ନତିକରଣ କାର୍ଯ୍ୟରେ ୨୧୬ ଶଯ୍ୟା ବିଶିଷ୍ଟ ଯାତ୍ରୀ ନିବାସ, ତୀର୍ଥଯାତ୍ରୀ କେନ୍ଦ୍ର, ବ୍ୟାଖ୍ୟାନ କେନ୍ଦ୍ର, ଖାଦ୍ୟ ପ୍ଲାଜା, ୱାଚ ଟାୱାର, ମାର୍କେଟ୍ କମ୍ପ୍ଲେକ୍ସ, ନଡ଼ିଆ ଗୋଦାମ ଏବଂ ୫୦୦ ଜଣଙ୍କ ପାଇଁ ବିଶାଳ ପ୍ରସାଦ ସେବନ ହଲ୍, ଶୌଚାଳୟ ବ୍ଲକ, ପୋଷାକ କୋଠରୀ, ଜୋତା ଷ୍ଟାଣ୍ଡ, ଟିକେଟ କାଉଣ୍ଟର, ହାତ-ପାଦ ଧୋଇବା ସ୍ଥାନ ଏବଂ ଡ୍ରାଇଭରମାନଙ୍କ ପାଇଁ ରେଷ୍ଟରୁମ ନିର୍ମାଣ ହେବ। ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତାର ଉନ୍ନତିକରଣ, ପାର୍କିଂ, ଚାରିଟି ପୁଷ୍କରିଣୀର ସୋନ୍ଦର୍ଯ୍ୟକରଣ ଆଦି ଅନେକ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+