ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ; ଅନ୍ତ୍ୟୋଦୟ ଗୃହ ଯୋଜନାରେ ପ୍ରଥମ କିସ୍ତି ବଣ୍ଟନ
ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ । 'ଏକ୍ସ'ରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ କିସ୍ତି ବଣ୍ଟନ କରାଯାଇଛି। ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଆଜି ଲୋକସେବା ଭବନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଅନ୍ତ୍ୟୋଦୟ ଗୃହ ଯୋଜନାର ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ବଣ୍ଟନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୬୦ ହଜାର, ଦ୍ଵିତୀୟ ପର୍ଯ୍ୟାୟରେ ୫୦ ହଜାର ସାମିଲ ହୋଇଥିଲେ।













Click it and Unblock the Notifications