ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ୪ ଗିରଫ

ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ୪ ଗିରଫ । ଜଣେ ନାବାଳକ ସମେତ ୪ ଜଣଙ୍କୁ ଗିରଫ କଲା ବଲାଙ୍ଗିର ପୋଲିସ୍‌ । ଆକ୍ରମଣକାରୀ ଅବିନାଶ ଦଳାଇ, ଆଦିତ୍ୟ ଜେନା, ଗୁମର ନାୟକ ଗିରଫ ହୋଇଛନ୍ତି । ମାଷ୍ଟରମାଇଣ୍ଡ ଠିକାଦାର ଗଜେନ୍ଦ୍ର ଦଳାଇ ଏବେବି ଫେରାର । ପୁଇଁତଳା କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ହୋଇଥିଲା । ଖବର ସଂଗ୍ରହ ବେଳେ ହାତଗୋଡ଼ ବାନ୍ଧି ମାଡ଼ ମାରିଥିଲେ ।

arrested

ସୂଚନା ଥାଉକି, ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଚାଲିଥିବା ଏକ ରାସ୍ତା ଗାଡ୍‌ଓ୍ବାଲ କାମରେ ବ୍ୟାପକ ଦୁର୍ନୀତି ହୋଇଥିବା ଖବର ପ୍ରସାରଣ କରିବାରୁ ଠିକାଦାର ଗୁଣ୍ଡା ଲଗାଇ ନିସ୍ତୁକ ମାଡ ମାରିଥିବା ଅଭିଯୋଗ ହୋଇଥିଲା। ବଲାଙ୍ଗୀରର ସାମ୍ବାଦିକମାନେ ଶନିବାର ଏସଂକ୍ରାନ୍ତରେ ଏସ୍‌ପି ଅଫିସକୁ ଯାଇ ଦାବିପତ୍ର ଦେବା ସହ ସମ୍ପୃକ୍ତ ଠିକାଦାର ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ। ରବିବାର ଅପରାହ୍ନରେ ଗଣମାଧ୍ୟମ ପ୍ରତିନିଧି ଜଣକ ଗାଁକୁ ଯାଇ ରାସ୍ତାର ଭିଡିଓ ଉତ୍ତୋଳନ କରି ଲୋକଙ୍କ
ପ୍ରତିକ୍ରିୟା ନେଉଥିବା ବେଳେ ସେହି ପ୍ରକଳ୍ପରେ କାମ କରୁଥିବା କିଛି ଲୋକ ଆସି ତାଙ୍କୁ ବାରଣ କରିଥିଲେ। ଏହା ପରେ ଠିକାଦାର ପଠାଇ ଥିବା ଗୁଣ୍ଡାମାନେ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଏପରିକି ସେମାନେ ଗଣମାଧ୍ୟମ ପ୍ରତିନିଧିଙ୍କ ହାତବାନ୍ଧି ଘୋଷାଡ଼ି ଘୋଷାଡ଼ି ଗାଁ ମଝିକୁ ନେଇଥିଲେ। ସେଠାରେ ଗାଁ ଦାଣ୍ଡରେ ସର୍ବସମ୍ମୁଖରେ ନିସ୍ତୁକ ମାଡ଼ ମାରିଥିଲେ। ଗାଆଁରେ କଙ୍ଗାରୁ କୋର୍ଟ କରି ସେମାନେ ତାଙ୍କୁ ଶାରୀରିକ ଓ
ମାନସିକ ନିର୍ଯାତନା ଦେଇଥିବା ଏସ୍‌ପିଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ସେଇ ଗୁଣ୍ଡାମାନେ ସ୍ଥାନୀୟ ମନ୍ଦିରକୁ ନେଇ ଆଗକୁ ଆଉ ଖବର ନ କରିବାକୁ ସାମ୍ବାଦିକଙ୍କୁ ଶପଥ କରିବା ପାଇଁ ବାଧ୍ୟ କରିଥିବା ଉଲ୍ଲେଖ କରାଯାଇଛି। ସେହି ଗୁଣ୍ଡାମାନେ ଖବରଦାତାଙ୍କୁ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଜୀବନରେ ମାରିଦେବା ଧମକ ଦେଇଥିବା ପୁଇଁତଲା ଥାନାରେ ଅଭିଯୋଗ ହୋଇଛି। ଆଡିଶନାଲ ଏସ୍‌ପି ଆଲୋକ ଜେନା ଦାବିପତ୍ର ଗ୍ରହଣ କରି ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ଜଣାଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+