ଆସନ୍ତା ୪ ଦିନ ପ୍ରବଳ ବର୍ଷା !
ପୂଜାରେ ଭିଜିବ ଦଶହରା ବଜାର। ପୂଜା ବଜାରକୁ ମାନ୍ଦା କରିବ ଲଘୁଚାପ ବର୍ଷା। ଆଜି ଘୂର୍ଣ୍ଣିଂବଳୟ ସୃଷ୍ଟି ହୋଇଛି। ଆସନ୍ତାକାଲି ଅବପାତର ରୂପ ନେବ। ୨ରେ ଅବପାତ ହୋଇ ପ୍ରବଳ ବର୍ଷିବ। ଆସନ୍ତା ୨ ତାରିଖରେ କେଉଁଝର, ବାଲେଶ୍ଵର, ମୟୂରଭଞ୍ଜ ସହ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼ ଏବଂ ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ସହ ୪୦ ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

୩ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଲଘୁଚାପ। କାଲି ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ଟି ଜିଲ୍ଲା ହେଉଛି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର,ମାଲକାନଗିରିକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।












Click it and Unblock the Notifications