ଘଟିଲା ସବୁ ପ୍ରତିକ୍ଷାର ଅନ୍ତ, ଖୋଲିଲା ୪ ଦ୍ବାର
ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର । ଘଟିଲା ସବୁ ପ୍ରତିକ୍ଷାର ଅନ୍ତ, ଖୋଲିଲା ୪ ଦ୍ବାର । ଏଇ ଦିନକୁ କୋଟି କୋଟି ଓଡ଼ିଆ ଅପେକ୍ଷା କରିଥିଲେ ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତରେ ଚାରି ଦ୍ଵାର ଖୋଲାଯାଇଛି। । ମୁଖ୍ୟମନ୍ତ୍ରୀ ଭାବେ ଶପଥ ପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପହଞ୍ଚିଥିଲେଲେ । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ । ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟ ମଧ୍ୟ ଉପସ୍ଥିତ ରହିଛନ୍ତି।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକ ମାନଙ୍କ ଉପସ୍ଥିତିରେ ଆଜି ଭକ୍ତ ମାନଙ୍କ ପାଇଁ ଶ୍ରୀ ମନ୍ଦିରର ଚାରିଦ୍ୱାର ଖୋଲା ଯାଇଛି।
ଆଜି ପ୍ରତ୍ୟୁଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ରାଜ୍ୟ ବାସୀଙ୍କ କଲ୍ୟାଣ କାମନା କରିଥିଲେ। ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରି ସେ ଚାରି ଦ୍ଵାର ପ୍ରଦକ୍ଷିଣ କରିଥିଲେ। ଏହା ସହିତ ସବୁ ଦ୍ଵାର ଖୋଲା ଯାଇଥିଲା।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭକ୍ତ ମାନଙ୍କ ଭାବାବେଗକୁ ଓ ସେମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ କ୍ୟାବିନେଟରେ ଏଥିପାଇଁ ନିଷ୍ପତ୍ତି ନିଆ ଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ଆଜି ଚାରି ଦ୍ଵାର ଖୋଲାଗଲା।












Click it and Unblock the Notifications