ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍: ମୋଟ୍ ୮ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ

ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍ । ଏବେ ମୋଟ୍ ୮ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ । ବାମ ପାର୍ଶ୍ୱର ୫ଟି ଓ ଡାହାଣ ପାର୍ଶ୍ୱର ୩ଟି ସ୍ଲୁଇସ୍‌ ଗେଟ୍ ଖୋଲା ।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ରହିଛି। ପ୍ରଭାବରେ ଆଜିଠାରୁ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବିଶେଷ କରି ୨୬ ତାରିଖ ପର୍ଯ୍ୟନ୍ତ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି ।

Four gates of Hirakud Dam reopen

ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହା ସହ ଆଜି ପାଇଁ ମୋଟ୍‌ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+