ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘ଼ଡ଼ି ସହ ପ୍ରବଳ ବର୍ଷା, ବଜ୍ରାଘାତରେ ଗଲା 4 ଜୀବନ, ତିନି ଗୁରୁତ
ଭୁବନେଶ୍ୱର: ରାଜ୍ୟର ଟ୍ୱିନ୍ ସିଟ୍ ସମେତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ବର୍ଷଆ ସାଙ୍ଗକୁ ଘଡ଼ଘଡ଼ି ବିଜୁଳିରେ ଭୟଭୀତ ଲୋକେ । ପ୍ରାୟ ଦେଢ ଘଣ୍ଟା ଧରି ଭୁବନେଶ୍ୱର ଓ କଟକରେ ଲାଗିରହିଥିଲା ପ୍ରବଳ ବର୍ଷା । ଏହ ସହ ରାଜ୍ୟର 10 ଜିଲ୍ଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଥିବା ସୂଚନା ମିଳିଛି ।

ଏହି ସମୟରେ ରାଜ୍ୟର ପୃଥକ ପୃଥକ ସ୍ଥାନରେ ବଜ୍ରପାତରେ 4 ଜଣଙ୍କ ଜୀବନହାନି ହୋଇଛି । ଏହା ସହ 3 ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି ।
ବୌଦ୍ଧ ଥାନା ରାଉତବାହାଲ ଗାଁରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ତାଙ୍କ ନାଁ ପାନେଶ୍ୱରୀ ପୋଢ଼ । ଅପରାହ୍ନରେ ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ସେ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ସେହିପରି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ନୀଳାଦ୍ରିପ୍ରସାଦ ଅରାଙ୍ଗ ଗାଁରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ 3 ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ବାଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅପରାହ୍ନରେ ବିଲରେ ଏହି ଚାରି ଜଣ ଏକ ଭାଡ଼ା ଉପରେ ବସିଥିବା ବେଳେ ବଜ୍ରପାତ ହୋଇଥିଲା । ଏଥିରେ ରଞ୍ଜନ ରଣସିଂହ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି ।
ବାଣପୁର ଥାନା ଦାମିଆ ବରବରାର କଦମଝୋଲା ଗାଁରେ ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ତାଙ୍କ ନାଁ ଅମର ଶବର । ସେ ଗାଁ ଦାଣ୍ଡରେ ବୁଲୁ ଥିବା ବେଳେ ବଜ୍ରପାତରେ ତାଙ୍କର ମୃତ୍ୟୁ ହୋଇଥିଲା । ସେହିପରି ବଲାଙ୍ଗିର ଜିଲ୍ଲା ଲୋଇସିଂହାର କୁଟିସିଂହା ଗାଁରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications