ରାଜ୍ୟରେ ଆଉ ୪ ଓମିକ୍ରନ ସଂକ୍ରମିତ ଚିହ୍ନଟ, ଦୈନିକ ସଂକ୍ରମଣ ୧୧୨
ଆଜି ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ସହ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ଆଇଏଲଏସ ପକ୍ଷରୁ ଏ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଯାଇଛି ।
ଭୁବନେଶ୍ୱର: ଆଜି ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ସହ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ଆଇଏଲଏସ ପକ୍ଷରୁ ଏ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଯାଇଛି ।

ଚିହ୍ନଟ ହୋଇଥିବା ୪ ନୂଆ ଆକ୍ରାନଙ୍କ ଜିନମ ସିକ୍ୱେନସିଂ କରାଯାଇଥିଲା । ଆଜି ଚିହ୍ନଟ ହୋଇଥିବା ଓମିକନ ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଏବଂ ଆଉ ଦୁଇ ଜଣ ୟୁଏଇରୁ ଫେରିଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ଜଣେ ନେଗେଟିଭି ହୋଇସାରିଥିବା କହିଛନ୍ତି ସ୍ୱାସ୍ତ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ନାଇଜେରିଆ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କର ଆରଟିପିସିଆର ରିପୋର୍ଟ ନେଗେଟିଭ ଆସିଛି । ତେବେ ୟୁଏଇ ଫେରନ୍ତଙ୍କା ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ଆରଟିପିସିଆର ରିପୋର୍ଟକୁ ଅପେକ୍ଷା କରାଯାଇଛି । ରାଜ୍ୟରେ ପ୍ରଥମେ ଡିସେମ୍ବର ୨୧ରେ ଦୁଇ ଜଣେ ପରେ ୨୩ ତାରିଖରେ ଆଉ ଦୁଇ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପ୍ରଥମେ ଚିହ୍ନଟ ହୋଇଥିବା ଦୁଇ ଜଣ ନାଇଜେରିଆ ଏବଂ କତାରରୁ ଫେରିଥିଲେ ।
ଅନ୍ୟପଟେ ରାଜ୍ୟରେ ୨୪ ଘଣ୍ଟାରେ ୧୧୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୭ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୮୮୧ ଜଣକୁ ବୃଦ୍ଧି ପାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ଖୋର୍ଦ୍ଧା ଜିଲ୍ଲାରୁ ବୋଲି ଜଣାପଡିଛି ।












Click it and Unblock the Notifications