ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ, ନିୟୋଜିତ ହେବେ ୩୬ ହଜାର ପୋଲିସ ଫୋର୍ସ
ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଭୋଟ୍ ଦବେ ଓଡ଼ିଶା । ସବୁଠି ନିର୍ବାଚନ ମାହୋଲ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଆସନ୍ତାକାଲି ନିର୍ବାଚନ ହେବ ।
ଏହି ପର୍ଯ୍ୟାୟରେ କୌଣସି ସ୍ଥାନରେ ମାଓବାଦୀ କାର୍ଯ୍ୟକଳାପ ନାହିଁ ବୋଲି କହିଲେ ଡିଜି ଅରୁଣ ଷଡଙ୍ଗୀ । ତାଙ୍କ କହିବା ଅନୁସାରେ, ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି । ଏଥର ୧୦ ହଜାର ୮୮୨ ଟି ବୁଥ୍ ଅଛି। ଏହା ଭିତରେ ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ । ୩୬ ହଜାର ପୋଲିସ ଫୋର୍ସ ଏହି ନିର୍ବାଚନରେ ନିୟୋଜିତ ହେବେ । ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ , ୮୬ ପ୍ଲାଟୁନ ଓଡିଶା ଆର୍ମ ପୋଲିସ ରହିବେ । ବୁଥ ତଦାରଖ ପାଇଁ ୮୪୩ ଟି ମୋବାଇଲ ପେଟ୍ରୋଲିଂ ପାର୍ଟି କାମ କରୁଛି । ଜିପିଏସ ଜରିଆରେ କଣ୍ଟ୍ରୋଲ ରୁମକୁ ମନିଟର କରିବ ପେଟ୍ରୋଲିଂ ପାର୍ଟି ।
ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଏସଡିପିଓ ଓ ଡିଏସପି ଦାୟିତ୍ୱରେ ରହିବେ । ସମ୍ବେଦନଶୀଳ ସ୍ଥାନରେ କୁଇକ ଆକ୍ସନ ଟିମ କାମ କରିବ । ସମ୍ବେଦନଶୀଳ ବୁଥରେ ଅର୍ଦ୍ଧ ସାମରିକ ବାହିନୀ ମୁତୟନ ହୋଇଛି । ଆଇନ ଶୃଙ୍ଖଳା ରକ୍ଷା ଓ ନିର୍ବାଚନ ପରିଚାଳନା ପାଇଁ ଜିଲ୍ଲା ସୀମାରେ ଥିବା ୨୧ ଟି ବର୍ଡର ଚେକ ପୋଷ୍ଟ ରେ କଡାକଡି ଚେକିଂ ଚାଲିଛି ।
ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ମୁତାବକ ୨୫୫ ଟି ଫ୍ଲାଇଁ ସ୍କ୍ୱାର୍ଡ ବୁଲୁଛି। ଏହା ବ୍ୟତୀତ ୨୫୫ ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ ପରିଭ୍ରମଣ କରୁଛି । ଏହି ୧୩ ଟି ସ୍ଥାନରେ ଇଭିଏମ ଷ୍ଟ୍ରଙ୍ଗ ରୁମ ରହିଛି । ସେଠାରେ ମଧ୍ୟ ଇନର କାର୍ଡନ ଦାୟିତ୍ୱରେ ଅର୍ଦ୍ଧ ସାମରିକ ବାହିନୀ କାମ କରିବ । ଆଉଟର କର୍ଡନ ଦାୟିତ୍ୱରେ ଓଡିଶା ପୋଲିସ ରହିବ ।
୬ ଲକ୍ଷ ଲିଟର ମଦ ଜବତ କରାଯାଇଛି। ୨୬ ହଜାର ରୁ ଅଧିକ ଏନଡିପିଏସ୍ କେସ ହୋଇଛି। ୮୬୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ୫ ହଜାର ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ୫ କେଜି ବ୍ରାଉନସୁଗର କରାଯାଇଛି । ସମୁଦାୟ ନିଶା ସାମଗ୍ରୀ ନଗତ ଟଙ୍କା ଜବତ ମୂଲ୍ୟ ଆନୁମାନିକ ୮୯ କୋଟି ହେବ ।

ଆଚରଣ ବିଧି ଉଲଂଘନ ନେଇ କେସ ହୋଇଥିବା ବେଳେ ସମୁଦାୟ ୩୬ ଟି କେସ ରୁଜୁ ହୋଇଛି । ୪୯ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଜାନୁଆରୀ ମାସ ପ୍ରଥମ ସପ୍ତାହ ରୁ ଆଜି ଭିତରେ ୩୪ ହଜାର ୬୦୨ ୱାରେଣ୍ଟ ଇସ୍ୟୁ ହୋଇଛି । ୪ ହଜାର ପଳାତକଙ୍କ ବିରୋଧରେ ଲଟକା ଲାଗିଛି । ୧ ହଜାରରୁ ଅଧିକ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ଦଫା ୧୦୭, ୧୦୯, ୧୧୦ ଜରିଆରେ ଅଭିଯୁକ୍ତଙ୍କୁ ଦମନ କରାଯାଇଛି। ସମୁଦାୟ ୫୧ ହଜାରରୁ ଅଧିକ ପ୍ରୋସିଡିଂ ଜାରି ହୋଇଛି। ଭୁବନେଶ୍ୱର କଟକରେ ୩ ଜଣଙ୍କୁ ତଡିପାର ଘୋଷଣା କରାଯାଇଛି ।
ଅନ୍ୟପଟେ ୧୧ ଜଣଙ୍କୁ ଏନଏସଏରେ ବୁକ କରାଯାଇଛି । ସ୍ପେଶାଲ ଡ୍ରାଇଭ ବଳରେ ୨୮୧ ଜଣଙ୍କ ଠାରୁ ବେଆଇନ ଅସ୍ତ୍ର ଶସ୍ତ୍ର ଜବତ କରାଯାଇଛି । ୩ଟି ବନ୍ଧୁକ ତିଆରି ସ୍ଥାନ ଠାବ କରାଯାଇଛି । ଏସଏସଟି ପକ୍ଷରୁ ଚଢ଼ାଉ କରାଯାଇ ଗାଡି ଭିତରୁ ୬.୨୯ କୋଟିରୁ ଅଧିକ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । ସୋସିଆଲ ମିଡିଆ ମନିଟରିଂ ସେଲ ଗଠନ କରାଯାଇ ଆପତ୍ତିଜନକ ପୋଷ୍ଟ ହଟାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ କେସ ରୁଜୁ ହୋଇଛି । ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନ ପାଇଁ ଓଡିଶା ପୋଲିସ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ପୋଲିସ ଡିଜିପି ।
-
ଇରାନ ଜାହାଜକୁ ନେଇ ମୁହଁ ଖୋଲିଲେ ଜୟଶଙ୍କର ‘ଆମେ ଯାହା କରିଛୁ ଠିକ୍ କରିଛୁ’, -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା .....












Click it and Unblock the Notifications