ଆସନ୍ତାକାଲିଠୁ ମିଳିବ ମାଗଣା ବୁଷ୍ଟର ଡୋଜ, ଓଡିଶା ପାଖରେ ନାହିଁ ପର୍ଯ୍ୟାପ୍ତ ଟିକା !
ଆସନ୍ତାକାଲି ଠାରୁ ରାଜ୍ୟରେ ୧୮ରୁ ୫୯ ବର୍ଷ ବୟସ ବର୍ଗର ଲୋକଙ୍କୁ ମାଗଣା ମାଗଣା ବୁଷ୍ଟର ଡୋଜ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।
ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ୧୮ରୁ ୫୯ ବର୍ଷ ବୟସ ବର୍ଗର ଲୋକଙ୍କୁ ମାଗଣା ମାଗଣା ବୁଷ୍ଟର ଡୋଜ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ଯେହେତୁ ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ବୃଦ୍ଧି ଘଟୁଛି ତେବେ ସମସ୍ତ ବର୍ଗର ଲୋକଙ୍କୁ ଟୀକାକରଣ ଉପରେ ଗୁରୁତ୍ତ୍ୱ ଦିଆଯାଉଛି ବୋଲି ସେ କହିଛନ୍ତି । ଆଗାମୀ ୭୫ ଦିନ ପର୍ଯ୍ୟନ୍ତ ଏହି ଡ୍ରାଇଭ ଜାରି ରହିବ ।
ସେ କହିଛନ୍ତି, ଯେହେତୁ ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ବୃଦ୍ଧି ଘଟୁଛି ତେବେ ସମସ୍ତ ବର୍ଗର ଲୋକଙ୍କୁ ଟୀକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ୧୨ ରୁ ୧୪ ବର୍ଷର ପିଲାଙ୍କର ପ୍ରଥମ ଡୋଜ ୯୮% ଦ୍ୱିତୀୟ ଡୋଜ ୭୨%। ୧୫ ରୁ ୧୭ ବର୍ଷ ପିଲାଙ୍କୁ ପ୍ରଥମ ଡୋଜ ୯୨% ଏବଂ ଦ୍ୱିତୀୟ ଡୋଜ ୮୨% ଟୀକାକରଣ କରାଯାଇଛି। ୧୮ ରୁ ଅଧିକ ବର୍ଗର ଲୋକଙ୍କର ୯୬% ପ୍ରଥମ ଡୋଜ ଏବଂ ଦ୍ୱିତୀୟ ଡୋଜ ୯୦% ଟୀକାକରଣ ଦିଆସରିଛି ।

ରାଜ୍ୟରେ ପାଖାପାଖି ୩୦୦୦ ଟି ସରକାରୀ ଟୀକାକରଣ କେନ୍ଦ୍ର ରହିଛି । ସେଠି ମାଗଣାରେ ଟିକାକରଣ କରିପାରିବେ। କେନ୍ଦ୍ର ଗୁଡିକରେ ଟିକା ଦେବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ସ୍ୱାସ୍ଥ୍ୟ କର୍ମୀ ରହିଛନ୍ତି। ଯଦି ମାଗଣାରେ ଏଭଳି ଟୀକାକରଣ ଦିଆଯିବ ତେବେ ରାଜ୍ୟରେ ସେତିକି ପରିମାଣରେ ଟିକା ନାହିଁ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି ।
ଏହି ବର୍ଗର ଲୋକ ଅଛନ୍ତି ୨ କୋଟି ୬୫ ଲକ୍ଷ ୮୫ ହିତାଧିକାରୀ ଅଛନ୍ତି । ସେଥିମଧ୍ୟରୁ ମାତ୍ର ୧ ଲକ୍ଷ ୫୦ ହାଜର ହିତାଧିକାରୀ ପ୍ରିକସନ ଡୋଜ ନେଇଛନ୍ତି । ଅର୍ଥାତ ୯୯% ଆହୁରି ଟିକା ନେଇନାହାନ୍ତି । ଏହି ଟୀକାକରଣ ପାଇଁ ଉଭୟ ବ୍ୟବସ୍ଥା କରାଯାଇଛି । ଅନଲାଇନ ଓ ଅଫଲାଇନ ମାଧ୍ୟମରେ ଟୀକାକରଣ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ସ୍ୱାସ୍ଥ୍ୟ ବିଭାଗକୁ କୌଣସି ଲିଖିତ ଭାବରେ ନିର୍ଦ୍ଦେଶ ଆସିନାହିଁ । ତେବେ ଆଜି କେନ୍ଦ୍ର ସହିତ ବୈଠକ ରହିଛି, ଯାହା ଏହି ବୈଠକରେ ଆସନ୍ତାକାଲି ମାଗଣା ଟିକାକରଣ ନେଇ ଆଲୋଚନା ହେବ ବୋଲି ସେ କହିଛନ୍ତି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications