ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ
କଟକ: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ । ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ହୋଇଛି । ତାଙ୍କର ୧୦୨ ବର୍ଷ ବୟସରେ କଟକ ଏସ୍ସିବିରେ ହୋଇଛି ପରଲୋକ । କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି ।ଗୁରୁତର ଅସୁସ୍ଥ ହୋଇ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଗତ ୨୪ ତାରିଖରେ ଏସସିବି ନ୍ୟୁରୋ ସର୍ଜରୀ ଆଇସିୟୁରେ ଭର୍ତ୍ତି ହୋଇଥିଲେ ।

ନୀଳମଣିଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତର ଦଳ ମଧ୍ୟ ନିୟୋଜିତ ଥିଲେ । ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାହୁ ଅଲ ଓଡିଶା ଫ୍ରୀଡମ ଫାଇଟର ସଂଘର ସଭାପତି ଥିଲେ । ସ୍ୱାଧୀନତା ସଂଗ୍ରାମ ବେଳେ ସେ ୩ ବର୍ଷ ଜେଲରେ ରହିଥିଲେ । ଏହାସହ ସେ ଦୁଇଥର ରାଷ୍ଟ୍ରପତି ପୁରସ୍କାର ମଧ୍ୟ ପାଇଛନ୍ତି ।












Click it and Unblock the Notifications