ପାରାଦୀପରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ , କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା
ପାରାଦୀପ ବାଉରିଆପାଳନ୍ଦା ନିକଟରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପୂର୍ବାହ୍ଣ ୧୧ଟା ସମୟରେ ଟ୍ରେନଟି ମାଲ ଲୋଡିଂ ପାଇଁ ଯାଉଥିବା ବେଳେ ଲାଇନଚ୍ୟୁତ ହୋଇଥିଲା। ଟ୍ରେନର ଗୋଟିଏ ବଗି ଟ୍ରାକରୁ ଖସି ଯାଇଥିଲା। ଅନ୍ୟ ଏକ ବଗି ଟ୍ରାକ ବାହାରକୁ ଆସି ଓଲଟି ପଡ଼ିଥିଲା। ପୋର୍ଟ କର୍ମଚାରୀ ଓ ରେଲୱେ ବିଭାଗର କର୍ମଚାରୀ ପହଞ୍ଚି ଟ୍ରାକ ମରାମତି କରୁଥିବା ଜଣାଯାଇଛି।












Click it and Unblock the Notifications