ଆଜିଠୁ ରାଜ୍ୟରେ ୩ ଦିନ ଯାଏ ବର୍ଷା, ୧୪ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସତର୍କତା

ଭୁବନେଶ୍ୱର:ରାଜ୍ୟରେ ଜାରି ରହିଛି କାଳ ବୈଶାଖୀର ପ୍ରଭାବ । ଆଜି ରାଜ୍ୟର ୧୪ ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନ ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫0 କିଲୋମିଟର ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆଜି ୧୪ ଜିଲ୍ଲାକୁ ୟେଲୋ ଆସର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ତି, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର ଏବଂ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ରାଜ୍ୟର ଉତ୍ତର,ଦକ୍ଷିଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୩ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଦିନରେ ତାପମାତ୍ରା ବଢିବା ସହ ଅପରାହ୍ନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

weather forecast

ତେବେ ଚଳିତ ମାସ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ପରେ ପାଗ ପଦଳିବା ସହ ୫ଦିନ ଭିତରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ୨ ଡିଗ୍ରୀ ଯାଏ ତାତି ବଢିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+