ଆଜିଠାରୁ କାଳବୈଶାଖୀ, ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର:ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଆଜି ୬ ଜିଲ୍ଲାରେ ବଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଅନୁସାରେ,କାଳବୈଶାଖୀର ପ୍ରଭାବ ଆଜି ୬ ଜିଲ୍ଲାରେ ଦେଖିବା ପାଇଁ ମିଳିବ । ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ସେଥିପାଇଁ ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

weather

ସେହିପରି ମାଲକାନଗିରି, କୋରାପୁଟ,ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମେ'୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କାଳବୈଶାଳୀ ବର୍ଷା ଜାରି ରହିବା ସହ ତାପମାତ୍ରା ସାମାନ୍ୟ କମିବାର ସମ୍ଭାବନା ରହିଛି । ଆଜି ରାଜଧାନୀ ଭୁବନେଶ୍ୱରର ଅନେକ ସ୍ଥାନରେ ବିଜୁଳି, ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+