ଆଜିଠୁ ମହାପ୍ରଭୁଙ୍କୁ ଓଷ ଲାଗି, ଜ୍ୱରରୁ ଉପଶମ ପାଇବେ ଶ୍ରୀଜୀଉ

ଫୁଲୁରୀ ତେଲ ଲାଗି ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଅଣସର ଘରେ ଜ୍ବରରେ ପୀଡ଼ିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚିକିତ୍ସା ଚାଲିଛି । ଗତକାଲି ଫୁଲୁରୀ ତେଲ ଲାଗିପରେ ଆଜିଠୁ ନବମୀ ତିଥି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଠାରେ ଓଷ ଲାଗି ହେବାର ବିଧି ରହିଛି ।

Osha Lag

୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ ଅଛନ୍ତି ଶ୍ରୀଜିଉ । ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି । ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର ଲାଗୁ କରାଯିବ । ଆଜି ମଧ୍ୟାହ୍ନ ଧୂପ ପରେ ସୁଦ୍ଧଶୁଆର ମାନେ ପ୍ରସ୍ତୁତ କରିଥିବା ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଇବେ । ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ ଓଷ ଲାଗି କରାଯିବ । ଷଷ୍ଠୀ ଠାରୁ ନବମୀ ତିଥି ପର୍ଯ୍ୟନ୍ତ ଔଷଧ ଲାଗି କରାଯିବ । ଫଳରେ କିଛି ମାତ୍ରାରେ ଶ୍ରୀଜୀଉ ଜ୍ୱରରୁ ଉପଶମ ପାଇବେ । ଦଶମୀ ଦିନ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଖାଇବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+