ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜାଙ୍କ ପ୍ରେସମିଟ୍: ଏଥର ଆମେ ଛାଡ଼ିବାନି, ବହୁତ ହୋଇଗଲା
ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜାଙ୍କ ପ୍ରେସମିଟ୍ । ଇସ୍କନର ଅଦିନିଆ ରଥ ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ କହିଲେ ଗଜପତି। ୯ ତାରିଖରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି । ଚିଠି ଲେଖିବା ସତ୍ତ୍ବେ ଇସ୍କନ ମାନିଲାନି, ରଥ ଆୟୋଜନ କରୁଛି । ୩ ତାରିଖର ସ୍ନାନଯାତ୍ରାକୁ ବାତିଲ କଲେ କିନ୍ତୁ ରଥଯାତ୍ରା ଆୟୋଜନ କରୁଛନ୍ତି ।
ଶ୍ରୀମନ୍ଦିର ପରମ୍ପରା ଭାଙ୍ଗିବା ଠିକ୍ ନୁହେଁ କହିଲେ ଗଜପତି । ୧୯୬୯ରୁ ଇସ୍କନ ଅଦିନରୁ ରଥଯାତ୍ରା ଆୟୋଜନ କରିଆସୁଛି। ବାରମ୍ବାର କହିବା ପରେ ୨୦୨୧ରୁ ଭାରତରେ ଅଦିନ ରଥଯାତ୍ରା ହେଉନି । କିନ୍ତୁ ବିଦେଶରେ ନିୟମ ଭାଙ୍ଗି ଇସ୍କନ ଅଦିନ ରଥଯାତ୍ରା କରୁଛି ।

ଆଇନର ରାସ୍ତା ନେବୁ କହିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ମାର୍ଚ୍ଚ ଯାଏଁ ଆମକୁ ଅପେକ୍ଷା କରିବାକୁ ପଡ଼ିବ। ମାର୍ଚ୍ଚରେ ଇସ୍କନର ଗଭର୍ଣ୍ଣିଂ କାଉନସିଲ ବୈଠକ ଅଛି। ସେଠି ଯଦି ସେମାନେ ମାନିଯିବେ, ଭଲ କଥା । ଏଥର ଆମେ ଛାଡ଼ିବାନି, ବହୁତ ହୋଇଗଲା ବୋଲି କହିଲେ ଗଜପତି ।












Click it and Unblock the Notifications