ବର୍ଷାରେ ଭିଜିବ ଗଣେଶ ପୂଜା; ଆସନ୍ତା 27 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ବର୍ଷାରେ ଭିଜିବ ଗଣେଶ ପୂଜା । ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ଆସିଥିବାରୁ ରାଜ୍ୟ ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ଆକଳନ କରିଛି ।
ତେବେ ଚଳିତ ବର୍ଷ ଗଣେଶ ପୂଜା 27 ତାରିଖରେ ପଡୁଛି । ପୂଜା ନେଇ ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ବର୍ଷା ପୂଜା ମାହୋଲକୁ ଗଡବଡ କରିପାରେ । ଆସନ୍ତା 5 ଦିନ ଅର୍ଥାତ୍ 27 ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିିଭାଗ । ଗଣପତିଙ୍କ ଉତ୍ସବ ନେଇ ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ପାଣିପାଗକୁ ନେଇ ବଡ ଖବର ସାମ୍ନାକୁ ଆସିଛି । ଯାହାକି ଚିନ୍ତା ବଢାଇଛି ।
ଗତକାଲି ସାରା ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଥିବା ବେଳେ ସମ୍ବଲପୁର ଝାରସୁଗୁଡା କେନ୍ଦୁଝର ଓ ମୟୂରଭଞ୍ଜ ଏହି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଆଜି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ମୟୂରଭଞ୍ଜ କେନ୍ଦୁଝର ଓ ସୁନ୍ଦରଗଡରେ ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା 27 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ ।

ଗତ ୨୪ ଘଂଟାରେ ଅଧିକାଂଶ ସ୍ଥାନରେ ହାଲୁକରୁ ମଧ୍ୟମ ବର୍ଷା ହୋଇଥିବା ବେଳେ ୨ ଜିଲ୍ଲଳରେ ଅତ୍ୟନ୍ତ ପ୍ରବଳ ବର୍ଷା ସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ସର୍ବାଧିକ ବର୍ଷା ସୁନ୍ଦରଗଡର ଟେନସା ରେ ୧୪୨ . ୮ ମିମି ରେକର୍ଡ କରାଯାଇଛି ।
ମାଡ଼ି ଆସୁଛି ବଡ଼ ବର୍ଷା, ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର-
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା 27 ଯାଏଁ ( ଆଗାମୀ ୫ ଦିନ) ପ୍ରବଳ ବର୍ଷିବ ।












Click it and Unblock the Notifications