ଗଣେଶ ପୂଜା ୨୦୨୪: ଗଜାନନଙ୍କ ଦ୍ଵାଦଶ ନାମ ବିଷୟରେ ଜାଣନ୍ତୁ
ଗଣେଶ ଗଜାନନ ରୂପରେ ହିଁ ସର୍ବତ୍ର ପରିଚିତ । ଘ୍ନହନ୍ତା ରୂପରେ ମଧ୍ୟ ତାଙ୍କୁ ପୂଜା କରାଯାଏ । ଆଉମଧ୍ୟ ସେ ଆଦ୍ୟପୂଜିତ ଓ ବିଘ୍ନେଶ। ତା ସହିତ ସେ ହେଉଛନ୍ତି ବୁଦ୍ଧି, ବିଦ୍ୟା ବା ଜ୍ଞାନର ଦେବତା, ବିଦ୍ୟାଦାତା।ସେ ପ୍ରତ୍ୟେକ ପୂଜାର ପ୍ରାରମ୍ଭରେ ପୂଜିତ ହୁଅନ୍ତି ଓ ବିଦ୍ୟାରମ୍ଭରେ ମଧ୍ୟ ତାଙ୍କରି ଆବାହନ କରାଯାଇଥାଏ। ଗଣେଶଙ୍କ ଅନ୍ୟ କେତେକ ନାମ ହେଲା : ସୁମୂଖ, ବିଘ୍ନହର୍ତ୍ତା, ବିଘ୍ନହର, ଧୂମ୍ରକେତୁ, ଗଣାଧ୍ୟକ୍ଷ, ବ୍ରହ୍ମଣସ୍ପତୀ, ମୟୂରେଶ୍ୱର, ବିଘ୍ନେଶ୍ୱର ଓ ଶୂର୍ପକର୍ଣ ଇତ୍ୟାଦି ।
ଶାସ୍ତ୍ର ମତେ ଗଣେଶଙ୍କ ଦ୍ୱାଦଶନାମ:

- ଏକଦନ୍ତ
- କୃଷ୍ଣପିଙ୍ଗାକ୍ଷ
- ଗଣପତି: ଗଣ ବା ଲୋକଙ୍କର ଦେବତା ବା ଗଣଦେବତା ।
- ଗଜବକ୍ର:
- ଗଜାନନ: ଗଜ ବା ହାତୀ ମୁଣ୍ଡ ଥିବା ଦେବତା ଗଜାନନ । ଶରୀର ମଣିଷର ମସ୍ତକ ହାତୀର । ଶାସ୍ତ୍ରରେ କୁହାଯାଇଛି ଉଭୟ ମଣିଷ ଓ ହାତୀର ଆୟୁ ୧୨୦ ବର୍ଷ । ଉଭୟର ଗୁଣକୁ ଏକାଠି ହେଲେ ମଣିଷ ସଫଳ ହେବ । ତେଣୁ ଗଣେଶ ନିଜେ ଏହି ରୂପ ଧାରଣ କରିଛନ୍ତି । 'ଗ'ର ଅର୍ଥ ମୋକ୍ଷ ପ୍ରାପ୍ତି ପାଇଁ ସମାଧିରେ ଥିବା ଯୋଗୀ । 'ଜ'ର ଅର୍ଥ ଜୀବନ ପ୍ରତି ସାଂସାରିକ ଦୃଷ୍ଟିକୋଣ । ଅର୍ଥାତ୍ ସଂସାର ଭିତରେ ମୋକ୍ଷ ପ୍ରାପ୍ତ ସମ୍ଭବ କରାଇପାରନ୍ତି ଗଜାନନ ।
- ବକ୍ରତୁଣ୍ଡ:
- ବିକଟ:
- ବିଘ୍ନରାଜେନ୍ଦ୍ର:
- ବିନାୟକ: ଗଣେଶଙ୍କର ଏହିନାମର ଅର୍ଥ ବିଶେଷ ନାୟକ । ଏହାର ଅନ୍ତର୍ନିହିତ ଅର୍ଥ ହେଉଛି ଯେତେବେଳେ ପ୍ରିୟବଚନ ବା ପ୍ରାର୍ଥନାଦ୍ୱାରା ଗଣେଶଙ୍କୁ ସନ୍ତୁଷ୍ଟ କରାଯାଏ ତେବେ ସେ ଭକ୍ତର ରାସ୍ତାରେ ଥିବା ସବୁ ବାଧା ଦୂର କରନ୍ତି । ଅର୍ଥାତ୍ ଭକ୍ତର ଜୀବନରେ ଥିବା ବିପର୍ଯ୍ୟୟ, ସବୁ ଅମଙ୍ଗଳ, ସବୁ ବାଧା ଦୂରେଇ ଦିଅନ୍ତି ।
- ଧୂମ୍ରବର୍ଣ୍ଣ
- ଭାଲଚନ୍ଦ୍ର
- ଲମ୍ବୋଦର: ଲମ୍ବା ଉଦର ବା ବଡ଼ ପେଟ ଥିବାରୁ ତାଙ୍କୁ ଲମ୍ବୋଦର ବୋଲି କୁହାଯାଇଥାଏ । କିନ୍ତୁ ପ୍ରକୃତ ଅର୍ଥରେ ଲମ୍ବୋଦର ତାଙ୍କୁ ହିଁ କୁହାଯାଏ ଯିଏ ସବୁକିଛି ଭଲ ବିଦ୍ୟା ଗ୍ରହଣ କରିପାରନ୍ତି ଏବଂ ସାଇତି ପାରନ୍ତି । ଗଣେଶ ପାର୍ବତୀଙ୍କ ନୁପୂରର ଶବ୍ଦଶୁଣି ସଙ୍ଗୀତ ଶିଖୁଥିଲେ । ପିତା ଶିବଙ୍କ ଡମ୍ବରୁର ଶବ୍ଦଶୁଣି ଚାରିବେଦ ଆୟତ କରିଥିଲେ । ତାଙ୍କର ଏହି ବିଶାଳ ବିଦ୍ୟାର ଭଣ୍ଡାର ହେଉଛି ତାଙ୍କର ପେଟ । ଏହି କାରଣରୁ ତାଙ୍କ ପେଟ ଖୁବ୍ ବଡ଼ ।












Click it and Unblock the Notifications